Odisha news

ନିକିରାଇ ଗ୍ରାମପଂଚୟତରେ କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା

0

କେନ୍ଦ୍ରାପଡା ( ରବୀନ୍ଦ୍ର ଦାଶ ): କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ନିକିରାଇ ଗ୍ରାମପଂଚାୟତ ପକ୍ଷରୁ କରୋନା ଯୋଦ୍ଧାମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ଏହି ଉପଲକ୍ଷେ ନିକିରାଇ ସରପଂଚ ସନତ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମ୍ବର୍ଦ୍ଧନା ସଭାରେ ବ୍ଲକ ଅଧ୍ୟକ୍ଷ ଅନାମବନ୍ଧୁ ଧଳ ମୁଖ୍ୟ ଅତିଥି ଓ ବିଡିଓ ସୁଧିର କୁମାର ସିଂ ସମ୍ମାନୀତ ଅତିଥି ଭାବେ ଯୋଗଦେଇ ପଂଚାୟତର ଅଙ୍ଗନୱାଡିକର୍ମୀ, ଆଶାକର୍ମୀ, ସ୍ୱାସ୍ଥ୍ୟକର୍ମୀ ଓ ପୋଲିସ ଅଧିକାରୀମାନଙ୍କୁ ପୁଷ୍ପଗୁଛ, ଉତରୀୟ ଓ ମାନପତ୍ର ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରିଥିଲେ । ଏହି କାର୍ଯ୍ୟକ୍ରମରେ ନାୟବ ସରପଂଚଙ୍କ ସମେତ ସମସ୍ତ ୱାର୍ଡସଭ୍ୟସଭ୍ୟାମାନେ ଉପସ୍ଥିତ ଥିଲେ ।

Leave A Reply