Odisha news

ଅଲଟିମେଟ ଖୋ ଖୋ ସିଜନ-୨ : ଚେନ୍ନାଇ କ୍ୱିକ୍ ଗନ୍ସକୁ ହରାଇ ସେମିଫାଇନାଲରେ ତେଲୁଗୁ ୟୋଦ୍ଧାସ

0

କଟକ,୫ ଜାନୁଆରୀ ୨୦୨୪: ଅଲ୍ଟିମେଟ ଖୋ ଖୋ ସିଜନ ୨ରେ ଆଜି କଟକର ଜୱାହାରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମରେ ଖେଳାଯାଇଥିବା ୧ମ ମ୍ୟାଚରେ ତେଲୁଗୁ ୟୋଦ୍ଧାସ, ଚେନ୍ନାଇ କ୍ୱିକ ଗନ୍ସକୁ ୩୮-୩୦ ପଏଂଟରେ ପରାଜିତ କରି ପଏଂଟ ତାଲିକାର ଶୀର୍ଷରେ ପହଂଚିଛି । ଏହି ବିଜୟ ସହିତ ତେଲୁଗୁ ୟୋଦ୍ଧାସ ସେମି ଫାଇନାଲରେ ପହଂଚିଥିବା ପ୍ରଥମ ଦଳରେ ପରିଣତ ହୋଇଛି । ଆଜି ରାହୁଲ ମଣ୍ଡଳ ତେଲୁଗୁ ୟୋଦ୍ଧାସ ପାଇଁ ସର୍ବାଧିକ ୧୦ ପଏଂଟ ହାସଲ କରି ମ୍ୟାଚର ଷ୍ଟାର ହୋଇଥିଲେ । ଚଳିତ ସିଜନରେ ଖେଳିଥିବା ୮ଟି ମ୍ୟାଚ୍ ମଧ୍ୟରୁ ତେଲୁଗୁ ୟୋଦ୍ଧାସର ଏହା ୬ଷ୍ଠ ବିଜୟ । ଆସନ୍ତାକାଲି (ଶନିବାର) ଗୁଜରାଟ ଜିଆଂଟ୍ସ, ଓଡିଶା ଜଗରନଟ୍ସ ସହିତ ଏବଂ ଚେନ୍ନାଇ କ୍ୱିକ ଗନ୍ସ, ମୁମ୍ବାଇ ଖିଲାଡିସ ସହ ପ୍ରତିଦ୍ୱନ୍ଦିତା କରିବ ।

ଖୋ ଖୋ ଫେଡେରେଶନ ଅଫ୍ ଇଣ୍ଡିଆ ସହ ସହଭାଗିତାରେ ଅମିତ ବର୍ମନ୍‌ଙ୍କ ଦ୍ୱାରା ପରିକଳ୍ପିତ ଅଲ୍ଟିମେଟ୍ ଖୋ ଖୋ ପ୍ରଥମ ସଂସ୍କରଣରେ ଏକ ବଡ ସଫଳତାରେ ପରିଣତ ହୋଇଥିଲା, ଯାହାକି ଟେଲିଭିଜନ ଭ୍ୟୁୟର୍‌ସିପ୍ ଦୃଷ୍ଟିରୁ ଭାରତର ୩ୟ ସର୍ବବ୍ୟହତ୍ ଅଣ-କ୍ରିକେଟ୍ ଲିଗ୍ ଭାବେ ଉଭା ହୋଇଛି ।  ଏହା ୟୁକେ ସ୍ଥିତ ବିଏନ୍‌ପି ଗ୍ରୁପ୍ ସୌଜନ୍ୟରେ ଏହା ସିରିଜ୍ ଏ ଫଣ୍ଡିଙ୍ଗ୍ ପ୍ରାପ୍ତ କରିଥିବା ପ୍ରଥମ ଇଣ୍ଡିଆନ୍ ସ୍ପୋର୍ଟସ୍ ଲିଗ୍ ହେବାର ସ୍ୱତନ୍ତ୍ରତା ହାସଲ କରିଥିଲା ।  ଏହାର ୨ୟ ସଂସ୍କରଣରେ ପଏଂଟ ବ୍ୟବସ୍ଥାରେ ଏକସମାନତା ପ୍ରଚଳନ କରାଯାଇଛି ଯେଉଁଥିରେ ଦଳଗୁଡ଼ିକୁ ସମସ୍ତ ଆକ୍ରମଣାତ୍ମକ ପଦକ୍ଷେପ ପାଇଁ ଦୁଇ ପଏଂଟ ଦାୟୀ କରାଯିବ । ସେହିପରି ପ୍ରତିଦିନ ସନ୍ଧ୍ୟା ୭ଟା ୩୦ ମିନିଟ୍‌ରୁ ଆରମ୍ଭ ହେଉଥିବା ଦୁଇଟି ମ୍ୟାଚ୍‌ର ଲାଇଭ୍ କଭରେଜ ସହିତ ସିଜନ୍ ୨ର ଉତ୍ସାହଜନକ ଆକ୍ସନ  ସୋନି ସ୍ପୋର୍ଟସ୍ ନେଟ୍‌ୱର୍କର ଚ୍ୟାନେଲ ଓ ସୋନି ଲିଭ୍‌ରେ ଟେଲିକାଷ୍ଟ ବା ପ୍ରସାରିତ ହେବ ।

ଆଜିର ୧ମ ମ୍ୟାଚରେ ବିଜୟୀ ଦଳ ତେଲୁଗୁ ୟୋଦ୍ଧାସରେ ଅରୁଣ ଗୁଙ୍କି, ଅବଧୁତ ପାଟିଲ, ପ୍ରତୀକ ୱାଇକର, ଅଧିକାର ଗାନପୁଲେ, ରାହୁଲ ମଣ୍ଡଳ, ନିଖିଲ ବାଘେ, ମିଲିନ୍ଦ ଚାଭରେକର, ଆକାଶ ତୋଗାରେ, କିରଣ ଭାସାଭେ, ଧ୍ରୁବ, ପ୍ରସାଦ ରାଡ଼ି, ରୁଦ୍ର ଥୋପାଟେ, ପ୍ରେମ ରାଣ୍ଡିଭ, ବୈଭବ ନିପ୍ପାନେ, ସୌରଭ ଆଡଭାକର, ବିଜୟଭାଇ ଭେଗଡ଼, ଅନୁକୁଳ ସରକାର, ଏମ ଫନି କୁମାର, ମହାମଦ ଉଜେର ହାରୁନ ମୋମିନ୍‌, ମାତଲୁମ, ଲିପୁନ ମୁଖୀ, ଅର୍ଜୁନ ବିଶୁକର୍ମା, ପ୍ରସାଦ ପାଟିଲ, ବୋଜଜମ ରଂଜିତ୍ ଏବଂ ରଜତ ମଲ୍ଲିକ ଆଦି ସାମିଲ ଥିଲେ । ସେହିପରି ଚେନ୍ନାଇ କ୍ୱିକ୍ ଗନ୍ସରେ ଅମିତ ପାଟିଲ, ମଦନ, ରାମଜୀ କଶ୍ୟ, ଲକ୍ଷ୍ମଣ ଗାୱାସ, ଆଦର୍ଶ ମୋହିତେ, ସଚିନ ଭର୍ଗୋ, ଜୋରା ସୁରଜ, ସୁରଜ ଲାଣ୍ଡେ, ଆଦିତ୍ୟ କୁଡାଲେ, ଦୁର୍ଭେଶ ସାଲୁଙ୍କେ, ଚନ୍ଦୁ ଚାଭରେ, ଆକାଶ କଦମ, ନରେନ୍ଦ୍ର କାଟକାଟେ, ମୁସ୍ତାଫା ବାଗୱାନ, ଅର୍ଜୁନ ସିଂ, ବିଜୟ ସିନ୍ଦେ, ଆଶିଷ ପଟେଲ, ଏମ ମୁଗିଲାନ, ଆକାଶ ବାଲିୟାନ, ସୁମନ ବର୍ମନ, ପବନ କୁମାର ଓ ଗିରି ଏସ ସାମିଲ ଥିଲେ ।

 

Leave A Reply