ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୧.୩୨ ଲକ୍ଷ ଥିବା ବେଳେ ମୃତ୍ୟୁସଂଖ୍ୟା ୩ ହଜାର ତଳେ ରହିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୩୨,୩୬୪ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୨,୭୧୩ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୨,୮୫,୭୪,୩୫୦ ଓ ମୃତ୍ୟୁସଂଖ୍ୟା ୩,୪୦,୭୦୨ରେ ପହଞ୍ଚିଛି।
ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୨,୦୭,୦୭୧ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୬୫,୭୯,୬୫୫ରେ ପହଞ୍ଚିଛି।
ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୬,୩୫,୯୯୩।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨୨,୪୧,୦୯,୪୪୮ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁନ୍ ୩ ତାରିଖ ସୁଦ୍ଧା ସମୁଦାୟ ୩୫,୭୪,୩୩,୮୪୬ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୨୦,୭୫,୪୨୮ଟି ନମୁନା।
Comments are closed.