କୋଣାର୍କ – କୋଣାର୍କ ଥାନା ଅଧିନସ୍ଥ କାଦୁଆନୂଆଗାଁ ଗ୍ରାମପଞ୍ଚାୟତର ଧନୀତ୍ରି ସ୍ଥିତ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ପରିସରରେ ବିଶ୍ବକପ ହକି ପରିପ୍ରେକ୍ଷୀରେ କାକଟପୁର ବ୍ଲକ ପ୍ରଶାସନ ଓ କାଦୁଆନୂଆଗାଁ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ମିଳିତ ଆନୁକୁଲ୍ୟରେ ପଞ୍ଚାୟତ ସ୍ତରୀୟ କ୍ରୀଡା ପ୍ରତିଯୋଗୀତା ଅନୁଷ୍ଠିତ ହୋଇଯାଇଛି। ଖବରରୁ ପ୍ରକାଶ ଯେ କାଦୁଆନୂଆଗାଁ ଗ୍ରାମପଞ୍ଚାୟତର ସରପଞ୍ଚ କୃଷ୍ଣଚନ୍ଦ୍ର ଜେନାଙ୍କ ସଭାପତିତ୍ବରେ ଆୟୋଜିତ ଏହି କ୍ରୀଡା ପ୍ରତିଯୋଗିତାରେ କାଦୁଆନୂଆଗାଁ ଗ୍ରାମପଞ୍ଚାୟତ କ୍ଲଷ୍ଟର ଅନ୍ତର୍ଗତ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ, ଯୋଗେଶ୍ବର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ବୋବୁଆ ସରକାରୀ ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ଯୋଗଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ କବାଡି, ଦୌଡ଼ ପ୍ରତିଯୋଗିତା ଓ ଲମ୍ବ ଡିଆଁ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରୁ କୃତିତ୍ବ ଅର୍ଜନ କରିଥିବା ପ୍ରତିଯୋଗୀ ମାନଙ୍କୁ ବ୍ଲକ ସ୍ତରୀୟ କ୍ରୀଡା ପ୍ରତିଯୋଗୀତାରେ ଅଂଶଗ୍ରହଣ କରିବା ପାଇଁ ସ୍ଥିରୀକୃତ ହୋଇଛି। ଏହି କାର୍ଯ୍ୟକ୍ରମରେ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଉମା ଶଙ୍କର ଶତପଥୀ, କ୍ରୀଡା ଶିକ୍ଷକ ଅଭୟ କୁମାର ଓଝା, ହୃଦାନନ୍ଦ ବେହେରା, ଓମ ପ୍ରକାଶ ସେଠୀ, ନିର୍ବାହୀ ଅଧିକାରୀ କହ୍ନେଇ ଚରଣ ପ୍ରଧାନ ପ୍ରମୁଖ ଯୋଗ ଦେଇ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ।