Odisha news

କରମଙ୍ଗା ସାଧନ କେନ୍ଦ୍ର ପକ୍ଷରୁ ଛାତ୍ରଛାତ୍ରୀ ମାନଙ୍କ ଦକ୍ଷତା ବୃଦ୍ଧି ନିମନ୍ତେ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ, ୧୭ଜଣ ବ୍ଲକ ସ୍ତରୀୟ ସୁରଭି ପାଇଁ ମନୋନୀତ। 

0
କୋଣାର୍କ – ବିଶ୍ବ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ କୋଣାର୍କ ସ୍ଥିତ କରମଙ୍ଗା ଗୋଷ୍ଠୀ ସାଧନ କେନ୍ଦ୍ର ପକ୍ଷରୁ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଦ୍ଵାରା ପରିଚାଳିତ ଆଶ୍ରମ ସ୍କୁଲ ଠାରେ ସାଧନ କେନ୍ଦ୍ର ସଂଯୋଜକ କୃଷ୍ଣ ଚନ୍ଦ୍ର ବଳବନ୍ତରାୟଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଛାତ୍ର ଛାତ୍ରୀ ମାନଙ୍କ ଦକ୍ଷତା ବୃଦ୍ଧି ନିମନ୍ତେ ସୁରଭି କାର୍ଯ୍ୟକ୍ରମ – ୨୦୨୩ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସାଧନ କେନ୍ଦ୍ର ଅଧିନସ୍ଥ ୧୪ଗୋଟି ବିଦ୍ୟାଳୟରୁ ୧୬୫ ଜଣ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ। ଏହି ଛାତ୍ର ଛାତ୍ରୀ ମାନଙ୍କୁ ନେଇ କରମଙ୍ଗା ସାଧନ କେନ୍ଦ୍ର ପକ୍ଷରୁ ବିଭିନ୍ନ ପ୍ରତିଯୋଗିତା ସମେତ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ର ଛାତ୍ରୀ ମାନଙ୍କ ଦକ୍ଷତା ବୃଦ୍ଧି ନିମନ୍ତେ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ଏହି କାର୍ଯ୍ୟକ୍ରମରେ ୪ଗୋଟି ସାଂସ୍କୃତିକ ଦଳଙ୍କୁ ନେଇ ଚେତନା ଧର୍ମୀ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ବିଭିନ୍ନ ପ୍ରତିଯୋଗିତାରେ ସଫଳତା ହାସଲ କରିଥିବା ୧୭ ଜଣ ଛାତ୍ରଛାତ୍ରୀଙ୍କୁ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମରେ ଭାଗ ନେବା ପାଇଁ ମନୋନୀତ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିବା ୧୬୫ ଜଣ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରୁ କୃତିତ୍ବ ଅର୍ଜନ କରିଥିବା ୭୦ ଜଣ ଛାତ୍ରଛାତ୍ରୀଙ୍କୁ ମାନପତ୍ର ସହ ପୁରସ୍କାର ପ୍ରଦାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ସାଧନ କେନ୍ଦ୍ର ଅଧିନସ୍ଥ ବିଭିନ୍ନ ବିଦ୍ୟାଳୟର ଶିକ୍ଷକ ଓ ଶିକ୍ଷୟିତ୍ରୀ ଉପସ୍ଥିତ ରହିବା ସହ କୋଣାର୍କ ଆଶ୍ରମ ସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ସୁଲୋଚନା ବେହେରା, ବରିଷ୍ଠ  ଶିକ୍ଷୟିତ୍ରୀ ଗୀତାଞ୍ଜଳି ସ୍ୱାଇଁ, ବରିଷ୍ଠ ଶିକ୍ଷକ ଦୀପକ କୁମାର ପ୍ରଧାନ, ସୁନ୍ଦର ମୋହନ ମାଝୀ, ଶିକ୍ଷୟତ୍ରୀ ସଚଳା ସାହୁ, ପ୍ରୀତିସ୍ନତା ରାଉତ ପ୍ରମୁଖ ଉପସ୍ଥିତ ରହି ସୁରଭି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।
Nalco
Leave A Reply