Odisha news

ୟେଲୋ ଓ୍ଵାର୍ଣ୍ଣିଂ ୮ ଜିଲ୍ଲାକୁ ଜାରି : ଆସନ୍ତା ୨୪ ଘଣ୍ଟା ରାଜ୍ୟର ୧୨ଟି ଜିଲ୍ଲରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସମ୍ଭାବନା

0

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ରାଜ୍ୟର ୧୨ଟି ଜିଲ୍ଲରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବିଜୁଳି, ଘଡ଼ଘଡ଼ି ଓ କୁଆପଥର ବର୍ଷା ପବନର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ରାଜ୍ୟର ୮ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ଏହି ସମୟ ମଧ୍ୟରେ ରାଜ୍ୟର କୋରାପୁଟ, ନବରଙ୍ଗପୁର, କନ୍ଧମାଳ, କଳାହାଣ୍ଡି, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ ଓ ରାୟଗଡ଼ା ପ୍ରମୁଖ ୮ଟି ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହି ୬ଟି ଜିଲ୍ଲାରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବିଜୁଳି, ଘଡ଼ଘଡ଼ି ଓ କୁଆପଥର ବର୍ଷା ପବନର ହେବାର ସମ୍ଭାବନା ରହିଛି ବୋଲି ଜାରି ସତର୍କ ସୂଚନାରେ କୁହାଯାଇଛି।

Leave A Reply