Odisha news

ବଙ୍ଗୋପସାଗରରେ ଲଘୁଚାପ : ୨୩ ଯାଏଁ ସାରା ରାଜ୍ୟରେ ବର୍ଷିବ !

0

ଭୁବନେଶ୍ୱର, ୧୮ ଅଗଷ୍ଟ – ଉତର- ପୂର୍ବ ବଙ୍ଗୋପସାଗର ଓ ନିକଟବର୍ତୀ ଅଂଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତର ବଙ୍ଗୋପସାଗରରେ ଆଉ ଏକ ନୂତନ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଛି । ଏହାର ପ୍ରଭାବରେ ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ ଉତର ଆଭ୍ୟନ୍ତରୀଣ ଓଡିଶାର ଅଧିକାଂଶ ଜିଲ୍ଲା ସମେତ ଓଡିଶାର ଅନ୍ୟାନ୍ୟ ଜିଲ୍ଲାମାନଙ୍କରେ ହାଲୁକା ଏବଂ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ବରଗଡ, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ, ଝାରସୁଗୁଡା, କେନ୍ଦୁଝର, ଅନୁଗୁଳ, ମୟୂରଭଞ୍ଜ, ବଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହି ଥିବାରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଅପରପକ୍ଷରେ ୨୦ ତାରିଖରେ ସମ୍ବଲପୁର, ଦେବଗଡ, ଅନୁଗୁଳ, ଢ଼େଙ୍କାନାଳ, ସୁନ୍ଦରଗଡ, କଟକ, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, କେନ୍ଦୁଝର, ବଲାଙ୍ଗୀର, ସୋନପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନ ଅନୁଗୁଳ, ଦେବଗଡ, ସମ୍ବଲପୁର ଜିଲ୍ଲା ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏତଦବ୍ୟତୀତ କଳାହାଣ୍ଡି, କୋରାପୁଟ ମୟୂରଭଞ୍ଜ, ବାଲେଶ୍ୱର, ଝାରସୁଗୁଡା, ବରଗଡ, ଜଗତସିଂହପୁର, ବୌଦ୍ଧ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ଦୃଷ୍ଟିରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ୨୧ ତାରଖରେ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲା ତଥା ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ହାଲୁକା ଏବଂ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ଥିବାବେଳେ ବରଗଡ, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, କେନ୍ଦୁଝର, ଦେବଗଡ, ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, ବଲାଙ୍ଗୀର, ନୂଆପଡା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।
୨୨ ତାରିଖରେ ଓଡ଼ିଶାର ଅଧିକାଂଶ ଜିଲ୍ଲାର ଅଳ୍ପ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି ।
୨୩ ତାରିଖରେ କେନ୍ଦୁଝର, ଅନୁଗୁଳ, ମୟୂରଭଞ୍ଜ, ଢେ଼ଙ୍କାନାଳ, ବଲେଶ୍ୱର, ଭଦ୍ରକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହ ଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣଂ ଜାରି କରାଯାଇଛି ।

Leave A Reply