Odisha news

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆକାଶ ମାର୍ଗରୁ ଅମ୍ପନର ବାତ୍ୟା ପ୍ରଭାବିତ ଅଞ୍ଚଳ କ୍ଷୟକ୍ଷତି ପରିଦର୍ଶନରେ

0

ଭୁବନେଶ୍ୱର: ବାତ୍ୟା ଅମ୍ପନର କ୍ଷୟକ୍ଷତି ପରିଦର୍ଶନ ପାଇଁ ଶୁକ୍ରବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ସେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ମୋଦି ଭୁବନେଶ୍ୱରରେ ପହଞ୍ଚିବା ପରେ ତାଙ୍କୁ ସ୍ୱାଗତ କରିବା ପାଇଁ ବିମାନବନ୍ଦରରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ସହିତ ରାଜ୍ୟ ସଭାପତି ସମୀର ମହାନ୍ତି, ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ, ମନମୋହନ ସାମଲ, ରାଜ୍ୟ ସମ୍ପାଦକ ଲେଖାଶ୍ରୀ ସାମନ୍ତସିଂହାର ପ୍ରମୁଖ ଦଳୀୟ ନେତା ଉପସ୍ଥିତ ଥିଲେ।

ତାଙ୍କ ସହିତ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ, ଡିଜିପି ଅଭୟଙ୍କ ସହ ବହୁ ବରିଷ୍ଠ ଅଧିକାରୀ ମଧ୍ୟ ସେଠାରେ ଉପସ୍ଥିତ ରହି ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ କରିଥିଲେ।

ଭୁବନେଶ୍ୱରରେ ପହଞ୍ଚିବା ପରେ ବାତ୍ୟାଞ୍ଚଳ ପରିଦର୍ଶନରେ ବାହାରିଛନ୍ତି ପ୍ରଧାନମନ୍ତ୍ରୀ। ବାୟୁସେନାର ହେଲିକପ୍ଟରରେ ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ। ପ୍ରଧାମନ୍ତ୍ରୀଙ୍କ ସହ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ବି ସାମିଲ ଅଛନ୍ତି। ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନରୁ ଫେରିବା ପରେ ପ୍ରଧାନମନ୍ତ୍ରୀ ସମୀକ୍ଷା ବୈଠକରେ ଯୋଗ ଦେବେ।

Leave A Reply