Odisha news

ବରିଷ୍ଠ ଆଇଏଏସ୍‌ ମନୋଜ ଆହୁଜା ଓଡ଼ିଶା ସରକାରଙ୍କ ନୂଆ ମୁଖ୍ୟ ଶାସନ ସଚିବ ହେଲେ

0

ଭୁବନେଶ୍ବର: ବରିଷ୍ଠ ଆଇଏଏସ୍‌ ମନୋଜ ଆହୁଜା ଓଡ଼ିଶା ସରକାରଙ୍କ ନୂଆ ମୁଖ୍ୟ ଶାସନ ସଚିବ ହୋଇଛନ୍ତି। ମନୋଜ ଆହୁଜାଙ୍କ ନିଯୁକ୍ତି ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୯୯୦ ବ୍ୟାଚ୍‌ର ବରିଷ୍ଠ ଆଇଏଏସ୍‌ ମନୋଜ ଆହୁଜା ନିକଟରେ କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିଲେ।

କେନ୍ଦ୍ରୀୟ ଡେପୁଟେସନ୍‌ରେ ଥିବା ୧୯୯୦ ବ୍ୟାଚ୍‌ର ଆଇଏଏସ୍‌ ଅଧିକାରୀ ମନୋଜ ଆହୁଜା ଓଡ଼ିଶା ‌ଫେରିବା ପୂର୍ବରୁ କେନ୍ଦ୍ର କୃଷି ମନ୍ତ୍ରଣାଳୟ ସଚିବ ଭାବେ କାର୍ଯ୍ୟ କରିଛନ୍ତି। ତାଙ୍କୁ ଓଡ଼ିଶା ଫେରାଇ ଆଣିବା ପାଇଁ ରାଜ୍ୟ ସରକାର କରିଥିବା ଅନୁରୋଧକୁ କେନ୍ଦ୍ର ସରକାର ଗ୍ରହଣ କରିଥିଲେ। ଗତ ୨୫ ତାରିଖରେ କ୍ୟାବିନେଟ୍‌ର ନିଯୁକ୍ତି ସଂକ୍ରାନ୍ତୀୟ କମିଟି ତାଙ୍କୁ ଓଡ଼ିଶା ଫେରିବା ପାଇଁ ଅନୁମତି ଦେଇଥିଲା। ଏଥିସହିତ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ମନୋଜ ଆହୁଜା ଆସନ୍ତା ‌ଡିସେମ୍ବର ମାସରେ ଅବସର ନେବେ। ଶ୍ରୀ ଆହୁଜାଙ୍କ ପତ୍ନୀ ୧୯୯୦ ବ୍ୟାଚ୍‌ ଆଇଏଏସ୍‌ ଅଧିକାରୀ ଆରତୀ ଆହୁଜା କେନ୍ଦ୍ରୀୟ ଡେପୁଟେସନ୍‌ରେ ଥିଲା ବେଳେ ଗତ ଫେବ୍ରୁଆରି ମାସରେ ଅବସର ନେଇସାରିଛନ୍ତି। ବର୍ତ୍ତମାନର ମୁଖ୍ୟଶାସନ ସଚିବ ପ୍ରଦୀପ କୁମାର ଜେନା ଆସନ୍ତା ୩୦ ତାରିଖରେ ଅବସର ନେଉଛନ୍ତି।

Leave A Reply