ଶ୍ରୀ ଅମ୍ବାନି କହିଥିଲେ ଯେ “ନୂଆ ଭାରତ ଗଠନ ନିମନ୍ତେ ଉତ୍ତର ପ୍ରଦେଶ ଆଶାର କେନ୍ଦ୍ର ପାଲଟିଯାଇଛି । ନଏଡାରୁ ଗୋରଖପୁର ପର୍ଯ୍ୟନ୍ତ ଜନସାଧାରଣଙ୍କ ମଧ୍ୟରେ ଆତ୍ମବିଶ୍ୱାସ ଓ ଉତ୍ସାହ ଦେଖିବାକୁ ମିଳୁଛି । ଆମେ ସମସ୍ତେ ସମ୍ମିଳିତ ଭାବରେ ଭାରତର ସବୁଠାରୁ ଜନବହୁଳ ରାଜ୍ୟକୁ ଭାରତର ସବୁଠାରୁ ସମୃଦ୍ଧ ରାଜ୍ୟ ମଧ୍ୟରେ ଅନ୍ୟତମରେ ପରିଣତ କରିବା ।”
