ନୂଆଦିଲ୍ଲୀ, ୪।୩ : ନିର୍ଭୟା ଗଣଦୁଷ୍କର୍ମ ଓ ହତ୍ୟା ମାମଲାର ଶେଷ ତଥା ୪ର୍ଥ ଦୋଷୀ ପବନର ରାଜକ୍ଷମା ଆବେଦନ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଖାରଜ କରିବା ପରେ ଏବେ ଫାଶୀ ପ୍ରକ୍ରିୟାକୁ ପୁଣିଥରେ ତିହାର ଜେଲ କର୍ତ୍ତୃପକ୍ଷ ତ୍ୱରାନ୍ୱିତ କରିଛନ୍ତି । ନିର୍ଭୟା ଦୋଷୀମାନଙ୍କୁ ଫାଶୀ ଖୁଣ୍ଟରେ ଝୁଲାଇବା ପାଇଁ ଆଜି ତିହାର ଜେଲ କର୍ତ୍ତୃପକ୍ଷ କୋର୍ଟରେ ନୂଆ ଡେଥ ୱାରେଣ୍ଟ ଜାରି କରିବାକୁ ନିବେଦନ କରିଛନ୍ତି । କୋର୍ଟ ଏହାକୁ ଗ୍ରହଣ କରି ୪ ଦୋଷୀଙ୍କୁ ନୋଟିସ କରିଛନ୍ତ । ଆସନ୍ତାକାଲି ଦିନ ୨ଟାରେ କୋର୍ଟ ମାମଲାର ପରବର୍ତ୍ତୀ ଶୁଣାଣି କରିବେ । ପୂର୍ବରୁ
ରାଷ୍ଟ୍ରପତି ନିର୍ଭୟା ଦୋଷୀ ଅକ୍ଷୟ, ମୁକେଶ ଓ ବିନୟର ରାଜକ୍ଷମା ଆବେଦନ ଖାରଜ କରିଥିଲେ । ତେଣୁ ଏମାନଙ୍କ ପାଖରେ ଫାଶୀରୁ ବର୍ତ୍ତିବା ପାଇଁ କୌଣସି ଆଇନଗତ ଉପାୟ ନାହିଁ । ପବନ କୌଣସି ପ୍ରକାରର କ୍ୟୁରେଟିଭ ଓ ରାଜକ୍ଷମା ଆବେଦନ କରି ନଥିବାରୁ ପଟିଆଲା ହାଉସ କୋର୍ଟ ମାର୍ଚ୍ଚ ୩ରେ ସମସ୍ତଙ୍କୁ ଫାଶୀ ଖୁଣ୍ଟରେ ଝୁଲାଇବା ପାଇଁ ଡେଥ ୱାରେଣ୍ଟ ଜାରି କରିଥିଲେ । ହେଲେ ଫେବୃଆରୀ ୨୯ରେ ପବନ କ୍ୟୁରେଟିଭ ପିଟିସନ ଦାଖଲ କରିଥିଲା । ଏହା ଖାରଜ ହେବା ପରେ ୨ ତାରିଖରେ ରାଜକ୍ଷମା ଆବେଦନ କରିଥିଲା । ଏଥିପାଇଁ ସୋମବାର ଦିନ ପଟିଆଲା ହାଉସ କୋର୍ଟ ଫାଶୀ ଉପରେ ରୋକ ଲଗାଇ ଦେଇଥିଲେ ।
Prev Post