ନୂଆପଡା-୨୫/୯ ସକାଳ ଖବର (ସୁରେନ୍ଦ୍ର ପ୍ରସାଦ ତିୱାରି) ଖଡ଼ିଆଳ ବ୍ଲକ ତିଖାଲି ସ୍ଥିତ ଡାକବଙ୍ଗଳା ଠାରେ ଲୋଅର ଇନ୍ଦ୍ର ଜଳ ସେଚନ ପ୍ରକଳ୍ପ ର ବିସ୍ଥାପିତଙ୍କୁ ୧ ଲକ୍ଷ ଟଙ୍କାର ଅନୁକମ୍ପା ସହାୟତା ରାଶି ପ୍ରଦାନ, ବିଜୁ ପକ୍କା ଗୃହ ଆବାସ ଯୋଜନାରେ କାର୍ଯ୍ୟାଦେଶ ଓ ବିସ୍ଥାପିତଙ୍କୁ ପରିଚୟ ପତ୍ର ପ୍ରଦାନ କରାଯାଇଛି। ଏ ବଣ୍ଟନ ସମାରୋହ ଅବସରରେ ଜିଲ୍ଲାପାଳ ସ୍ବାଧା ଦେବ ସିଂ ଯୋଗ ଦେଇ କାର୍ଯ୍ୟାଦେଶ, ଚେକ ସହ ପରିଚୟ ପତ୍ର ପ୍ରଦାନ କରିଛନ୍ତି। ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ପ୍ରତ୍ୟୁଷ ଦିବାକର, ଖଡ଼ିଆଳ ବିଧାୟକ ଅଧିରାଜ ପାଣିଗ୍ରାହୀ, ନୂଆପଡା ବିଧାୟକ ରାଜେନ୍ଦ୍ର ଢୋଲକିଆ, ପ୍ରକଳ୍ପ ଅଧିକାରୀମାନେ ଯୋଗ ଦେଇଥିଲେ।

Comments are closed.