Odisha news

ବ୍ୟାଙ୍କିଙ୍ଗ ଆସିଷ୍ଟାଣ୍ଟଙ୍କ ଅଫିସ୍ ସମେତ ୪ଟି ଜାଗାରେ ଏକକାଳୀନ ଭିଜିଲାନ୍ସ ଚଢଉ

0
ନୂଆପଡ଼ା- ୧୨/୬ ସକାଳ ଖବର (ସୁରେନ୍ଦ୍ର ତିୱାରୀ) ଆଜି ପ୍ରାତଃ ଓଡ଼ିଶା ଭିଜିଲାନ୍ସ ଜାଲରେ ଭବାନୀପାଟଣା କେନ୍ଦ୍ରୀୟ ସମବାୟ ବ୍ୟାଙ୍କ କୋମନା ଶାଖାର ବ୍ୟାଙ୍କିଙ୍ଗ ଆସିଷ୍ଟାଣ୍ଟ ।  ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭବାନୀପାଟଣା କେନ୍ଦ୍ରୀୟ ସମବାୟ ବ୍ୟାଙ୍କ  ନୂଆପଡ଼ା ଜିଲ୍ଲା କୋମନା ଶାଖାର ବ୍ୟାଙ୍କିଙ୍ଗ ଆସିଷ୍ଟାଣ୍ଟ ପ୍ରଦୀପ କୁମାର ଚନ୍ଦ୍ରକାର ଙ୍କ ଘର ସମେତ ୪ଟି ଜାଗାରେ ଆଜି ସକାଳୁ ଭିଜିଲାନ୍ସ ପକ୍ଷରୁ ଚଢଉ ଅବ୍ୟାହତ ରହିଛି। ଭବାନୀପାଟଣାର ସ୍ୱତନ୍ତ୍ର ଭିଜିଲାନ୍ସ ବିଚାରପତି ଙ୍କ ଦ୍ବାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଏକକାଳୀନ ଚଢଉ ଚାଲିଛି। ଏଥିରେ ୩ ଜଣ ଡିଏସପି, ୩ ଇନ୍ସପେକ୍ଟର ଏବଂ ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି।
ସୂଚନା ଅନୁଯାୟୀ, ନୂଆପଡ଼ା ଜିଲ୍ଲା  ବେଲଟୁକୁରି ଗାଁରେ ଅବସ୍ଥିତ ଶ୍ରୀ ଚନ୍ଦ୍ରକାର ଙ୍କ ଦୁଇ ମହଲା ବିଶିଷ୍ଟ ବାସଗୃହ, ୩ ହଜାର ବର୍ଗଫୁଟ ଅଞ୍ଚଳରେ ନିର୍ମିତ ଦୁଇ ମହଲା କୋଠା, ସେଠାରେ ୩ ହଜାର ବର୍ଗଫୁଟ ଅଞ୍ଚଳରେ ନିର୍ମାଣାଧୀନ କୋଠା ଓ କୋମନାରେ ଥିବା ଭବାନୀପାଟଣା କେନ୍ଦ୍ରୀୟ ସମବାୟ ବ୍ୟାଙ୍କର ଶ୍ରୀ ଚନ୍ଦ୍ରକାର ଙ୍କ ଅଫିସ୍ ରୁମରେ ଚଢଉ କରୁଛି ଭିଜିଲାନ୍ସ ଟିମ୍। ଖବର ଲେଖା ହେବା ଯାଏଁ ସବିଶେଷ ତଥ୍ୟ ଜଣା ପଡିନାହିଁ।

Leave A Reply