ନୂଆପଡ଼ା -୨୭/୧ (ସୁରେନ୍ଦ୍ର ତିୱାରୀ) ନୂଆପଡ଼ା ସଦର କ୍ଲଷ୍ଟର ଅନ୍ତର୍ଗତ ଝିଲମିଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟିତ୍ରୀ ମମତାଞ୍ଜଳି ପଣ୍ଡାଙ୍କ ସଭାପତିତ୍ବରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବରେ ସଦର ସିଆରସିସି ଜୀତେନ୍ଦ୍ର ଖମାରୀ , ସମ୍ମାନିତ ଅତିଥି ଭାବରେ ବିଦ୍ୟାଳୟର ଚ୍ୟାରମେନ୍ ନରସିଂ ଶବର ଯୋଗଦାନ କରିଥିଲେ। ଉକ୍ତ ଉତ୍ସବରେ ଛାତ୍ର ଛାତ୍ରୀମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ବିଦ୍ୟାଳୟ ପରିଚାଳନା କମିଟି ଓ ଗ୍ରାମବାସୀ ଉତ୍ସବରେ ସାମିଲ ହୋଇ କାର୍ଯ୍ୟକ୍ରମକୁ ଭରପୁର ଉପଭୋଗ କରିଥିଲେ। ସମସ୍ତ କୃତି ଛାତ୍ର ଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କାର ବିତରଣ କରି ସମ୍ବର୍ଦ୍ଧନା କରାଯାଇଥିଲ। ଦେବେନ୍ଦ୍ର ନନ୍ଦ, ପାର୍ବତୀ ଭୋଇ ଓ ସନ୍ଧ୍ୟାରାଣି ବେହେରା କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ବରିଷ୍ଠ ଶିକ୍ଷୟିତ୍ରୀ ରଞ୍ଜୁଲତା ଷଡ଼ଙ୍ଗୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।