Odisha news

ଆଗାମୀ ୧୦ ବର୍ଷ ଯୁବବର୍ଗଙ୍କ ପାଇଁ ସୁବର୍ଣ୍ଣ ଯୁଗ ହେବ : ଭିକେ ପାଣ୍ଡିଆନ

0

ଭୁବନେଶ୍ବର: । ରାଜ୍ୟର ଯୁବ ପିଢ଼ିଙ୍କ ପାଇଁ ଆଗାମୀ ପ୍ଲାନ୍ ବାବଦରେ ବିଜେଡି ନେତା ଭିକେ ପାଣ୍ଡିଆନ ସୂଚନା ଦେଇଛନ୍ତି । ଭିକେ ପାଣ୍ଡିଆନ କହିଛନ୍ତି ପ୍ରଥମ ଥର ପାଇଁ ୧ ଲକ୍ଷ କୋଟିର ଯୁବ ବଜେଟ ଅଣାଯିବ ବୋଲି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ପ୍ରଦାନ କରିଛନ୍ତି।

ଯୁବବର୍ଗଙ୍କ ପାଇଁ ୧୦ ବର୍ଷରେ ଏହି ଅର୍ଥ ଖର୍ଚ୍ଚ ହେବ । ପ୍ରତିବର୍ଷ ୧୦ ହଜାର କୋଟି ଟଙ୍କା ଖର୍ଚ୍ଚ ହେବ। ସେଥିରୁ ୧ ହଜାର କୋଟି ଟଙ୍କା ଛାତ୍ରଛାତ୍ରୀଙ୍କ ମତାମତ ଆଧାରରେ ଖର୍ଚ୍ଚ ହେବ। ଦେଶର ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ଏଭଳି ଯୋଜନା କରିଛି । ରାଜ୍ୟର ଯୁବକଙ୍କୁ ବିଶ୍ବସ୍ତରୀୟ ସୁବିଧା ଦେବାକୁ ପ୍ଲାନ୍ କରାଯାଇଛି।

ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷା, ଦକ୍ଷତା ବିକାଶ, ରୋଜଗାର ବୃଦ୍ଧି ପାଇଁ ଏଥିରେ ଯୋଜନା ରହିଛି। ଯୁବପୀଢ଼ିଙ୍କ ଜରିଆରେ ନୂଆ ଓଡିଶା ଗଠନ ପାଇଁ ବିଜେଡି ସରକାର ଲକ୍ଷ୍ୟ ରଖିଛନ୍ତି । ବହୁ ପୂର୍ବରୁ ଏହି ଯୋଜନା ଆରମ୍ଭ ହୋଇସାରିଛି ।

ସେହି କ୍ରମରେ ସ୍କୁଲ ରୂପାନ୍ତରଣ, କଲେଜ ରୂପାନ୍ତରଣ ନେଇ ପଦକ୍ଷେପ ଆରମ୍ଭ ହୋଇଛି। ୮ ହଜାର ସ୍କୁଲ ରୂପାନ୍ତରଣ ହୋଇଛି। ୧ ହଜାର କଲେଜ ମଧ୍ୟ ରୂପାନ୍ତରଣ ହୋଇଛି। ଆଗକୁ ମଧ୍ୟ କଲେଜ ରୂପାନ୍ତରଣ ଜାରି ରହିବ ବୋଲି ସେ କହିଛନ୍ତି। ଘରୋଇ ସ୍କୁଲ ଅପେକ୍ଷା ସରକାରୀ ସ୍କୁଲରେ ଅଧିକ ସୁବିଧା ମିଳିବ।

ଦକ୍ଷତା ବିକାଶରେ ଓଡ଼ିଶା ଏକ ନମ୍ବର ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୁବପୀଢ଼ିଙ୍କ ସହିତ ରହିଛନ୍ତି। ଯୁବପୀଢ଼ି ମୁଖ୍ୟମନ୍ତ୍ରୀଙ୍କୁ ସମର୍ଥନ କରିବାକୁ ଭିକେ ପାଣ୍ଡିଆନ ଅପିଲ କରିଛନ୍ତି ।

Govt
Leave A Reply