ପାରାଦୀପ : ଇଣ୍ଡିଆନ୍ ଅଏଲ୍ ପାରାଦୀପ ରିଫାଇନରୀ 27 ନଭେମ୍ବର 2024 ରେ ଏକ ଅଡ ଆୱାର ଲେବୁଲ ଟୁ ମକ୍ ଡ୍ରିଲ୍ (ଅନ୍ ସାଇଟ୍ ଡିଜାଷ୍ଟର ଡ୍ରିଲ୍) ଆୟୋଜନ କରିଥିଲା ଯେଉଁଥିରେ ରିଫାଇନରୀ ତାହାର ଜରୁରୀକାଳୀନ ପ୍ରତିକ୍ରିୟା ଏବଂ ପ୍ରସ୍ତୁତିର ପ୍ରଭାବ ଯାଞ୍ଚ କରିଥିଲା । ପାରାଦୀପ ରିଫାଇନରୀର ଅନୁମୋଦିତ ଇମରର୍ଜେନ୍ସି ରେସପନସ୍ ଆଣ୍ଡ୍ ଡିଜାଷ୍ଟର୍ ମ୍ୟାନେଜରମେଣ୍ଟ୍ ପ୍ଲାନ୍ ଅନୁଯାୟୀ ଏହି ଡ୍ରିଲ୍ କାର୍ଯ୍ୟକାରୀ କରାଯାଇଥିଲା । ଜାତୀୟ ବିପର୍ଯ୍ୟୟ ମୁକାବିଲା ବଳ ଏନଡିଆରଏଫ ଏବଂ ମ୍ୟୁଚୁଆଲ୍ ଏଡ୍ ସଂସ୍ଥାର ପ୍ରତିନିଧିମାନେ ମଧ୍ୟ ଏହି ଅଭ୍ୟାସରେ ଅଂଶଗ୍ରହଣ କରିଥିଲେ । ପାରାଦୀପ ରିଫାଇନରୀର ଏରୁ ୟୁନିଟରେ ଅଫ ଗ୍ୟାସର ଲିକ୍ ହୋଇ ଯଦି ନିଆଁ ଲାଗେ, ତାହାକୁ ସଫଳତାର ସହିତ କିପରି ମୁକାବିଲା କରାଯିବ ସେହି ବିଷୟବସ୍ତୁ ଉପରେ ମକଡ୍ରିଲ୍ ଟି ଆଧାରିତ ଥିଲା । ଏଥିରେ ଜରୁରୀକାଳୀନ ପ୍ରତିକ୍ରିୟା ଏବଂ ବିପର୍ଯ୍ୟୟ ପରିଚାଳନା ଯୋଜନାର ପ୍ରୋଟୋକଲ୍ ଅନୁଯାୟୀ ନିଆଯାଇଥିବା ପ୍ରତିକ୍ରିୟା ଏବଂ ନିୟନ୍ତ୍ରଣ ପଦକ୍ଷେପ ଗୁଡିକ ସଠିକ୍ ଭାବରେ ସମନ୍ଵିତ ହୋଇଥିଲା ଏବଂ ଏହାକୁ ସମସ୍ତ କର୍ତ୍ତୃପକ୍ଷ ପ୍ରଶଂସା କରିଥିଲେ । ଏହି ଡ୍ରିଲ୍ ପରେ ପାରାଦୀପ ରିଫାଇନରୀର କାର୍ଯ୍ୟକାରୀ ନିର୍ଦ୍ଦେଶକ ଏବଂ ରିଫାଇନରୀ ପ୍ରମୁଖ ଶ୍ରୀ କୌଶିକ ବସୁଙ୍କ ଅଧ୍ୟକ୍ଷତାରେ ଏକ ଆଲୋଚନା ସଭାର ଆୟୋଜନ କରାଯାଇଥିଲା ।