ଫୁଲବାଣୀ,୬ା୮, କନ୍ଧମାଳ ଜିଲ୍ଲା ଆଇନସେବା ପ୍ରାଧିକରଣ ଆନୁକୁଲ୍ୟରେ ଜିଲ୍ଲା କୋର୍ଟ ପରିସରରେ ଜିଲ୍ଲା ସ୍ତରୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଏବଂ ଜିଲ୍ଲାର ସମସ୍ତ ତାଲୁକ ସ୍ତରୀୟ ବିଚାର ବିଭାଗୀୟ କୋର୍ଟ ପରିସରରେ ତାଲୁକ ସ୍ତରୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ୧୩.୦୮.୨୦୨୨ ତାରିଖ ଶନିବାର ଦିନ ଅନୁଷ୍ଠିତ ହେବ ବୋଲି ଅଧ୍ୟକ୍ଷ, ଜିଲ୍ଲା ଆଇନସେବା ପ୍ରାଧିକରଣ, କନ୍ଧମାଳ, ଫୁଲବାଣୀ ସୂଚନା ଦେଇଛନ୍ତି ।
ସୂଚନାରୁ ପ୍ରକାଶ ଯେ, ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରଧିନ ମକଦ୍ଦମା ଯଥା ଫୋ÷÷ଜଦାରି(ସାଲିସ ଯୋଗ୍ୟ), ଚେକ ବାଉନ୍ସ ମାମଲା, ବ୍ୟାଙ୍କ ଋଣ ମାମଲା,ମୋଟର ଦୁର୍ଘଟଣା ଜନିତ କ୍ଷତିପୂରଣ, ଶ୍ରମ ଓ ନିଯୁକ୍ତି ବିବାଦ, ବିଦୁ୍ୟତ, ଜଳ ଓ ଅନ୍ୟାନ୍ୟ ବିଲ୍ ଦେୟ ଜନିତ ବିବାଦ(ସାଲିସ ବିହୀନ ବିବାଦକୁ ବାଦ୍ ଦେଇ), ବୈ÷ବାହିକ ବିବାଦ(ଛାଡ଼ପତ୍ର ବ୍ୟତିତ) ଜମି ଅଧିଗ୍ରହଣ, ଚାକିରି ସମ୍ବନ୍ଧୀୟ(ଦରମା, ଭତ୍ତା ଓ ଅବସରକାଳୀନ ପ୍ରାପ୍ୟ) ଓ ଅନ୍ୟାନ୍ୟ ଦେୱାନୀ ମକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ ।
କେବଳ ବିଚାରାଧିନ ମକଦ୍ଦମା ନୁହେଁ, ପ୍ରାକ୍-ମକଦ୍ଦମା ସ୍ତରୀୟ (କଚେରୀରେ ଦାଏର ହୋଇ ନ ଥିବା) ଚେକ୍ ବାଉନ୍ସ ମାମଲା, ବ୍ୟାଙ୍କ ଋଣ ବିବାଦ, ଶ୍ରମ ଓ ନିଯୁକ୍ତି ବିବାଦ, ବିଦୁ୍ୟତ, ଜଳ ଓ ଅନ୍ୟାନ୍ୟ ବିଲ୍ ଦେୟ ଜନିତ ବିବାଦ(ସାଲିସ ବିହୀନ ବିବାଦକୁ ବାଦ୍ ଦେଇ), ଭରଣପୋଷଣ ବିବାଦ, ଅନ୍ୟାନ୍ୟ ସାଲିସଯୋଗ୍ୟ ଫଉଜଦାରି ଓ ଅନ୍ୟାନ୍ୟ ଦେୱାନୀ ମକଦ୍ଦମା ଇତ୍ୟାଦିର ସମାଧାନ ମଧ୍ୟ ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ହୋଇପାରିବ ।
ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ମକଦ୍ଦମା କିମ୍ବା ବିବାଦର ସମାଧାନ ପାଇଁ କୋଣସି ଆର୍ଥିକ ଖର୍ଚ୍ଚ ପଡ଼େ ନାହିଁ ଏବଂ ଲୋକ ଅଦାଲତଙ୍କ ରାୟ ବୈ÷ଧ,ଚୁଡ଼ାନ୍ତ ଏବଂ ଅମଳଯୋଗ୍ୟ । ଯଦି କୋ÷÷ଣସି ବିଚାରାଧିନ ମକଦ୍ଦମାର ସମାଧାନ ଲୋକ ଅଦାଲତ ମାଧ୍ୟମରେ ହୁଏ , ଆଗରୁ ପଇଠ ହୋଇଥିବା କୋର୍ଟ ଫି ମଧ୍ୟ ଫେରସ୍ତ ହୋଇପାରିବ ବୋଲି ଅଧ୍ୟକ୍ଷା ସୂଚନା ଦେଇଛନ୍ତି । ତେଣୁ, ଦୀର୍ଘଦିନ ଧରି ଚାଲୁ ରହିଥିବା ମକଦ୍ଦମାର ସହଜ ସମାଧାନ ପାଇଁ ଏବଂ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇବା ପାଇଁ ଏହି ଅଦାଲତଙ୍କ ସହାୟତା ନେବା ସହିତ ଅଧିକ ଜାଣିବା ପାଇଁ ନିକଟସ୍ଥ ଅଦାଲତରେ କାର୍ଯ୍ୟରତ ଜିଲ୍ଲା ଆଇନସେବା ପ୍ରାଧିକରଣ ବା ତାଲୁକ ଆଇନସେବା କାର୍ଯ୍ୟାଳୟ ସହ ଯୋଗାଯୋଗ କରିବାକୁ ମାନନୀୟା ଅଧ୍ୟକ୍ଷା କହିଛନ୍ତି ।