ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଧର୍ମେନ୍ଦ୍ରଙ୍କ ବାସଭବନରେ ପହଞ୍ଚି ଶ୍ରଦ୍ଧାଞ୍ଜଳି ଓ ଶେଷ ଦର୍ଶନ କଲେ
ଆସନ୍ତାକାଲି ସ୍ୱର୍ଗଦ୍ୱାରରେ ହେବ ଦେବେନ୍ଦ୍ର ପ୍ରଧାନଙ୍କ ଶେଷକୃତ୍ୟ
ଭୁବନେଶ୍ୱର: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ତଥା ବରିଷ୍ଠ ନେତା ଦେବେନ୍ଦ୍ର ପ୍ରଧାନଙ୍କର ଆଜି ବିୟୋଗ ଘଟିଛି । ଦେହାନ୍ତ ଖବର ପାଇବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଧର୍ମେନ୍ଦ୍ରଙ୍କ ବାସଭବନରେ ପହଂଚି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି l ଦିଲ୍ଲୀସ୍ଥିତ ପୁଅ ଧର୍ମେନ୍ଦ୍ର ପ୍ରଧାନଙ୍କ ବାସଭବନରେ ସେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି । ତେବେ ମୃତ୍ୟୁବେଳକୁ ତାଙ୍କୁ ୮୩ ବର୍ଷ ହେଇଥିଲା । | ତେବେ ଆଜି ଅପରାହ୍ନ ୪ଟା ୩୦ ମିନିଟରେ ଦେବେନ୍ଦ୍ରଙ୍କ ପାର୍ଥିବ ଶରୀର ଓଡ଼ିଶାରେ ଆସି ପହଞ୍ଚିବ | ଢେଙ୍କାନାଳ ସାଂସଦ ରୁଦ୍ର ପାଣିଙ୍କ ସୂଚନା ମୁତାବକ ଆଜି ତାଙ୍କର ପାର୍ଥିବ ଶରୀର ଓଡିଶା ଆସିବ | ଆସନ୍ତାକାଲି ସ୍ୱର୍ଗଦ୍ୱାରରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ |