Odisha news

୨୦ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

 ଓଡ଼ିଶା ସରକାରଙ୍କ ଦୁଇ ବର୍ଷ ପୂରଣ ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ ଓ ଜନସଭାକୁ ସମ୍ବୋଧିତ କରିବେ  ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦୌପଦୀ ମୁର୍ମୁଙ୍କ ଗାଁ ପରିଦର୍ଶନ କରି ଗ୍ରାମବାସୀଙ୍କ ସହ ଆଲୋଚନା କରିବେ

0

ଭୁବନେଶ୍ୱର :  ରାଜ୍ୟରେ ଡବଲଇଞ୍ଜନ ସରକାର ଆସିବା ପରେ ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀ ଓଡ଼ିଶା ଉପରେ ଅଧିକ ଗୁରୁତ୍ୱ ଦେଇ ବାରମ୍ବାର ଓଡ଼ିଶା ଗସ୍ତରେ ଆସୁଛନ୍ତି । ସମୃଦ୍ଧ ଓଡ଼ିଶା ଗଢ଼ିବା ପାଇଁ ପ୍ରଧାନମନ୍ତ୍ରୀ ମୋଦିଜୀ ଯେଉଁ ପ୍ରୟାସ ଜାରି ରଖଛନ୍ତି, ସେଥିପାଇଁ ସାରା ଓଡ଼ିଶାବାସୀ ତାଙ୍କ ଉପରେ କୃତଜ୍ଞ । ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନଚରଣ ମାଝୀଙ୍କ ୨ ବର୍ଷ ପୂର୍ତି କାର୍ଯ୍ୟକ୍ରମରେ ଯୋଗଦେବାକୁ ଆସନ୍ତା ୨୦ ତାରିଖ ଦିନ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ମୟୁରଭଞ୍ଜ ଜିଲ୍ଲା ଗ୍ରସ୍ତରେ ଆସୁଛନ୍ତି । ଏହି ଅବସରରେ ସେ ପ୍ରଥମେ ମୟୁରଭଞ୍ଜର ପାହାଡ଼ପୁରରେ ହେଲିପ୍ୟାଡରେ ଅବତରଣ କରିବେ । ସେଠାରୁ ଦେଶର ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦୌପଦୀ ମୁର୍ମୁଙ୍କ ଗାଁ ପରିଦର୍ଶନରେ ଯିବେ । ଉକ୍ତ ଗ୍ରାମରେ ୧ ଘଂଟାରୁ ଊଦ୍ଧ୍ୱର୍ ସମୟ ବିତାଇ ମହାମୁହିମ ରାଷ୍ଟ୍ରପତିଙ୍କ ପରିବାର ଓ ଗାଁ ଲୋକଙ୍କ ସହ ଚର୍ଚ୍ଚା ଆଲୋଚନା କରିବେ । ଏହାପରେ ସେ ସେଠାରୁ ବାହାରି ଦାଣ୍ଡବୋସରେ ଓଡ଼ିଶା ସରକାରଙ୍କ ଦୁଇ ବର୍ଷ ପୂରଣ ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ । ସେଠାରେ ସେ ଏକ ଜନସଭାକୁ ସମ୍ବୋଧିତ କରିବା ପରେ ଓଡ଼ିଶାରୁ ପ୍ରତ୍ୟାବର୍ତନ କରିବେ ରାଜ୍ୟ ସାଧାରଣ ସମ୍ପାଦକ ଶ୍ରୀ ବିରଂଚି ନାରାୟଣ ତି୍ରପାଠୀ କହିଛନ୍ତି ।

 

Nalco
Leave A Reply