ନୂଆଦିଲ୍ଲୀ: ଗୁରୁବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ଭିଡିଓ କନଫରେନସିଙ୍ଗ୍ ଜରିଆରେ ଦେଶରେ କରୋନାଭାଇରସଜନିତ ପରିସ୍ଥିତି ବିଷୟରେ ସମୀକ୍ଷା କରିଛନ୍ତି ।
ଏହି ବୈଠକରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଏବଂ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ ମଧ୍ୟ ଉପସ୍ଥିତ ଥିଲେ ।
ଏଠାରେ ପ୍ରକାଶଯୋଗ୍ୟ ଯେ ବିଗତ ୧୨ ଘଣ୍ଟା ମଧ୍ୟରେ ୧୩୧ଟି କୋଭିଡ୍-୧୯ ସଂକ୍ରମଣ ବୃଦ୍ଧି ପାଇଥିବା ରିପୋର୍ଟ ହୋଇଛି ।
କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଅନୁସାରେ, ଆଜି ସକାଳ ୯ଟା ସୁଦ୍ଧା ସମଗ୍ର ଦେଶରେ ୧୯୬୫ ଜଣ କରୋନାଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା ବେଳେ ସେଥିରୁ ୧୫୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ସେମାନଙ୍କ ଭିତରୁ ଜଣେ ଦେଶାନ୍ତର ଯାତ୍ରା କରିଛନ୍ତି । ବାକି ୫୦ ଜଣ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି ।