ରୋଜଗାର ମେଳା ଅଧୀନରେ, ପ୍ରଧାନମନ୍ତ୍ରୀ ଙ୍କ ଦ୍ୱାରା ପ୍ରାୟ 51,000 ନବ ନିଯୁକ୍ତ କର୍ମଚାରୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ
• ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, ମାନ୍ୟବର କେନ୍ଦ୍ର ଶିକ୍ଷା, କୌଶଳ ବିକାଶ ଏବଂ ଉଦ୍ୟମଶୀଳତା ମନ୍ତ୍ରୀ, ଭାରତ ସରକାର, ଭୁବନେଶ୍ୱର ଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗଦେଇ 172 ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି |
• ଶ୍ରୀ ବିଶ୍ୱେଶ୍ୱର ଟୁଡୁ, ମାନ୍ୟବର କେନ୍ଦ୍ର ରାଷ୍ଟ୍ର ମନ୍ତ୍ରୀ, ଆଦିବାସୀ ବ୍ୟାପାର ଏବଂ ଜଳ ଶକ୍ତି, ଭାରତ ସରକାର, କଟକ ଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗଦେଇ 114 ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି |
• ବିଶାଖାପାଟନମ୍ ଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ 81 ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରାଯାଇଅଛି |
• ପୂର୍ବତଟ ରେଳ ଅଧୀନରେ ଆୟୋଜିତ ଏହି ନିଯୁକ୍ତି ମେଳାରେ ସମୁଦାୟ 367 ନବନିଯୁକ୍ତଙ୍କୁ ବିଭିନ୍ନ ପଦ ପଦବୀରେ, ଭାରତ ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟରେ ନିଯୁକ୍ତି ପତ୍ର ପ୍ରଦାନ ଯାଇଛି | ଏହିକ୍ରମରେ ମୋଟ 367 ନବନିଯୁକ୍ତଙ୍କୁ ମଧ୍ୟରୁ 124 ଜଣଙ୍କୁ ରେଳାବାଇରେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି |
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶର 39 ଗୋଟି ସ୍ଥାନରେ ଆୟୋଜିତ ହେଇଥିବା କାର୍ଯ୍ୟକ୍ରମରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରାୟ 51000 ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନବନିଯୁକ୍ତ କର୍ମଚାରୀମାନଙ୍କୁ ସମ୍ବୋଧିତ କରିଛନ୍ତି ।
ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, ମାନ୍ୟବର କେନ୍ଦ୍ର ଶିକ୍ଷା, କୌଶଳ ବିକାଶ ଏବଂ ଉଦ୍ୟମଶୀଳତା ମନ୍ତ୍ରୀ, ଭାରତ ସରକାର, ଭୁବନେଶ୍ୱର ଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ 172 ନବନିଯୁକ୍ତଙ୍କୁ, ଶ୍ରୀ ବିଶ୍ୱେଶ୍ୱର ଟୁଡୁ, ମାନ୍ୟବର କେନ୍ଦ୍ର ରାଷ୍ଟ୍ର ମନ୍ତ୍ରୀ, ଆଦିବାସୀ ବ୍ୟାପାର ଏବଂ ଜଳ ଶକ୍ତି, ଭାରତ ସରକାର, କଟକ ଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ 114 ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଥିବାବେଳେ ବିଶାଖାପାଟଣା ଠାରେ ଆୟୋଜିତ କାର୍ଯ୍ୟକ୍ରମରେ 81 ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଅଛି |
ରୋଜଗାର ସୃଷ୍ଟି ପାଇଁ ସର୍ବୋଚ୍ଚ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତା ପୂରଣ ଦିଗରେ ରୋଜଗାର ମେଳା ଏକ ପଦକ୍ଷେପ। ରୋଜଗାର ମେଳା ଆଗାମୀ ନିଯୁକ୍ତି ସୃଷ୍ଟିରେ ଏକ ଉଲ୍ଲେଖନୀୟ ପଦକ୍ଷେପ ଭାବରେ କାର୍ଯ୍ୟ କରିବ ଏବଂ ଯୁବକମାନଙ୍କୁ ସେମାନଙ୍କର ସଶକ୍ତିକରଣ ଏବଂ ଜାତୀୟ ବିକାଶରେ ଅଂଶଗ୍ରହଣ ପାଇଁ ଉପଯୁକ୍ତ ସୁଯୋଗ ପ୍ରଦାନ କରିବ ବୋଲି ଆଶା କରାଯାଉଛି | ଦେଶର ବିଭିନ୍ନ ସ୍ଥାନରୁ ନିଯୁକ୍ତି ପତ୍ର ପାଇଥିବା ଏହି ନୂତନ କର୍ମଚାରୀମାନେ ବିଭିନ୍ନ ପଦପଦବୀରେ ନିଯୁକ୍ତି ପାଇଛନ୍ତି |
ନୂତନ ଭାବେ ନିଯୁକ୍ତ କର୍ମଚାରୀମାନେ ମଧ୍ୟ କର୍ମଯୋଗୀ ପ୍ରାରମ୍ଭ ମାଧ୍ୟମରେ ତାଲିମ ଗ୍ରହଣ କରିବାର ସୁଯୋଗ ପାଇବେ, ଯାହା ବିଭିନ୍ନ ସରକାରୀ ବିଭାଗର ସମସ୍ତ ନୂତନ ନିଯୁକ୍ତ କର୍ମଚାରୀଙ୍କ ପାଇଁ ଏକ ଅନଲାଇନ୍ ଓରିଏଣ୍ଟେସନ୍ ପାଠ୍ୟକ୍ରମ ଅଟେ।
ପୂର୍ବ ତଟ ରେଳପଥର ମହାପ୍ରବନ୍ଧକ ଶ୍ରୀ ମନୋଜ ଶର୍ମା ଙ୍କ ସହିତ କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭାଗର ପ୍ରମୁଖ ଅଧିକାରୀମାନେ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।