Odisha news

ପାଳଗଦା ନିଆଁରୁ ଜଳିଗଲେ ୪ ଶିଶୁ, ଶରୀରର ପୋଡ଼ିଯାଇଛି ୮୦ ପ୍ରତିଶତ ଭାଗ

0

ପୋଲସରା: ପାଳଗଦାରେ ନିଆଁ ଲାଗି ଜଳିଗଲେ ୪ ଶିଶୁ । ଆଜି ସକାଳେ ପୋଲସରା ଥାନା ଖରିଛଟା ଗାଁରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଛି | ଏହି ଅଗ୍ନିକାଣ୍ଡରେ ୩ ପୁଅ ସହ ଜଣେ ଝିଅ ଗୁରୁତର ହୋଇଛନ୍ତି । ଶିଶୁଙ୍କ ଶରୀରର ପ୍ରାୟ ୮୦ ପ୍ରତିଶତ ଭାଗ ପୋଡିଯାଇଥିବା ବେଳେ ସମସ୍ତ ଗୁରୁତରଙ୍କୁ ପୋଲସରା ମେଡିକାଲରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଛି । ୨ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବ୍ରହ୍ମପୁର ଏମକେସିଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି | ମିଳିଥିବା ସୂଚନା ମୁତାବକ ଗଞ୍ଜାମ ଜିଲ୍ଲା ପୋଲସରା ଥାନା ଖରିଛଟା ଗାଁରେ ଥିବା ଏକ ପାଳଗଦା ନିକଟରେ ଖେଳୁଥିବା ସମୟରେ ହଠାତ୍ କୌଣସି କାରଣରୁ ପାଳଗଦାଟିରେ ନିଆଁ ଲାଗି ଯାଇଥିଲା ।

ଫଳରେ ଶିଶୁମାନେ ଏହି ନିଆଁ ସଂସ୍ପର୍ଶରେ ଚାଲିଆସିଥିଲେ ।ସେମାନଙ୍କ ଚିତ୍କାର ଶୁଣି ଗାଁଲୋକେ ପହଂଚି ସେମାନଙ୍କୁ ଉଦ୍ଧାର କରିବା ସହ ତୁରନ୍ତ ପୋଲସରା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି ।

ତେବେ ଖଳାରେ ଥିବା ପାଳଗଦା ତେବେ ନିଆଁ ଲାଗି ଏହି ୪ ଶିଶୁଙ୍କ ଶରୀରର ୮୦ ପ୍ରତିଶତ ଭାଗ ପୋଡିଯାଇଥିବା ବେଳେ ଅବସ୍ଥା ଅତି ସଙ୍କଟାପନ୍ନ ରହିଥିବା ଜଣାପଡିଛି । ଯେଉଁ ସମୟରେ ଏହି ଘଟଣାଟି ଘଟିଲା ସେହି ସମୟରେ ଧାନଖଳାରେ କେହି ମଧ୍ୟ ନଥିବା ବେଳେ କିଛି ସ୍ଥାନୀୟ ଲୋକଙ୍କ ସାହାଯ୍ୟରେ ସେମାନଙ୍କୁ ଡାକ୍ତରଖାନା ଅଣାଯାଇଥିଲା ।

Leave A Reply