Odisha news

ପ୍ରବାସୀ ଭାରତୀୟଙ୍କୁ ନେଇ କଣ କହିଲେ ମୁଖ୍ୟମନ୍ତ୍ରୀ

0

ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ଭୁବନେଶ୍ୱରରେ ଆସନ୍ତାକାଲି ଠାରୁ ୧୦ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ମହାସମାରୋହରେ ଅନୁଷ୍ଠିତ ହେବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଶ୍ଵର କୋଣଅନୁକୋଣରେ ରହୁଥିବା ଭାରତୀୟ ଓଡ଼ିଶା ଆସୁଛନ୍ତି। ଓଡ଼ିଶାର ସମୃଦ୍ଧ କଳା, ସଂସ୍କୃତି ଓ ଐତିହ୍ୟକୁ ବିଶ୍ୱ ଦରବାରରେ ପହଞ୍ଚାଇବା ପାଇଁ ପ୍ରବାସୀ ଭାରତୀୟ ଦିବସ ଏକ ପ୍ରକୃଷ୍ଟ ଅବସର। ଏକ ସୁନ୍ଦର ଓ ସୌହାର୍ଦ୍ଦ୍ୟପୂର୍ଣ୍ଣ ଅଭିଜ୍ଞତା ପ୍ରଦାନ ପାଇଁ ଟ୍ୱିନସିଟିକୁ ସମ୍ପୂର୍ଣ୍ଣ ରୂପେ ସ୍ୱଚ୍ଛ ଓ ନିର୍ମଳ କରାଯିବା ସହ ଉତ୍ସବ ମୁଖର କରାଯାଇଛି।

ମୁଁ ଆପଣମାନଙ୍କୁ ନିବେଦନ କରୁଛି ଯେ ଏହି ଅବସରରେ ଆପଣମାନେ ପ୍ରବାସୀ ଭାରତୀୟଙ୍କୁ ସ୍ଵାଗତ କରନ୍ତୁ ଏବଂ ଯଥୋଚିତ ସମ୍ମାନ ପ୍ରଦର୍ଶନ କରନ୍ତୁ। ଆସନ୍ତୁ, ଆମେ ସମସ୍ତେ ମିଶି ପ୍ରବାସୀ ଭାରତୀୟ ଦିବସକୁ ସଫଳ କରିବା ଏବଂ ପ୍ରବାସୀମାନେ ଯେପରି ଓଡ଼ିଶାରେ ହିଁ ତାଙ୍କ ଜୀବନର ସବୁଠାରୁ ଭଲ ଅନୁଭୂତି ପାଇବେ ସେ ଦିଗରେ ପ୍ରଚେଷ୍ଟା କରିବା

ପ୍ରବାସୀ ଭାରତୀୟ ଦିବସ ପୂର୍ବରୁ ବୈଦେଶିକ ବ୍ୟାପାର ମନ୍ତ୍ରାଳୟ ଓ ରାଜ୍ୟ ସରକାରଙ୍କ ମିଳିତ ସାମ୍ବାଦିକ ସମ୍ମିଳନୀ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏହି ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ଶାସନ ସଚିବ ମନୋଜ କୁମାର ଆହୁଜା କହିଛନ୍ତି, ପ୍ରବାସୀ ଭାରତୀୟ ଦିବସର ଆୟୋଜନ କରିବାକୁ ଓଡ଼ିଶାକୁ ସୁଯୋଗ ମିଳିଛି। କେନ୍ଦ୍ର ସରକାର ପୂର୍ବୋଦୟ ନୀତି ଅନୁଯାୟୀ ଓଡ଼ିଶାକୁ ଚୟନ କରିନ୍ତି। ଏହି ଅବସରରେ ରାଜ୍ୟ ସରକାର ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରିଛନ୍ତି। ଏଥିରେ ଆଦିବାସୀ ମେଳା, ଫୁଡ ଫେଷ୍ଟିଭାଲ୍, ପୁଷ୍ପ ପ୍ରଦର୍ଶନୀ, ମୁକ୍ତେଶ୍ବର ଉତ୍ସବ ପ୍ରମୁଖ। ରାଜ୍ୟର ୨୧ଟି ପର୍ଯ୍ୟଟନ ସ୍ଥଳୀକୁ ପ୍ରବାସୀ ଭାରତୀୟମାନଙ୍କୁ ନିଆଯିବ।

Leave A Reply