Odisha news

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ବେଳେ କଟିଗଲା ବିଦ୍ୟୁତ୍।ପାୱାର

0

ବାରିପଦା: ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟର ଦ୍ବାଦଶ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ବେଳେ କଟିଗଲା ବିଦ୍ୟୁତ୍।ପାୱାର ଟ୍ରିପ୍ ଯୋଗୁ ଏହି ସମୟରେ ବିଦ୍ୟୁତ୍ ସଂଯୋଗ ବିଛିନ୍ନ ହୋଇଥିଲା। ପୂର୍ବାହ୍ନ ୧୧ଟା ୫୬ ମିନିଟରୁ ୧୨ଟା ୫ ମିନିଟ ଯାଏ ଦୀର୍ଘ ୯ ମିନିଟ ପାଇଁ ଲାଇନ୍ କଟିଯାଇଥିଲା। ବିଜୁଳି ନଥିବାରୁ ସାରା ଅଡିଟୋରିୟମ ଅନ୍ଧାର ଥିବା ଦେଖିବାକୁ ମିଳିଥିଲା। ଏହି ସମୟରେ ଅନ୍ଧାର ଭିତରେ କିନ୍ତୁ ଜାରି ରଖିଥିଲେ ସେ ନିଜର ଦୀକ୍ଷାନ୍ତ ଭାଷଣ। ଲାଇନ ନଥିବା ସତ୍ତ୍ୱେ ସମ୍ପୂର୍ଣ୍ଣ ଅନ୍ଧାରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଛାତ୍ର ଛାତ୍ରୀଙ୍କୁ ଉଦବୋଧନ ଦେବା ବନ୍ଦ କରିନଥିଲେ। ଏଥିଲାଗି ତାଙ୍କ ମନରେ ବିରକ୍ତିଭାବ ପରିଲକ୍ଷିତ ହୋଇନଥିଲା। ବରଂ ସେ କହିଥିଲେ, ଆଲୋକ ଓ ଅନ୍ଧକାରକୁ ସମାନ ଭାବରେ ଗ୍ରହଣ କରିବା ଉଚିତ। ‘ଅନ୍ଧାର ଯେତିକି ଆଲୁଅ ସେତିକି ଏହି ଯେ ଗହନ ବନ, ଚାଲିବି ଚାଲିବି ପଡ଼ିବି ଥକି’।
ଏହା ଅବଶ୍ୟ ଭିନ୍ନ କଥା ଯେ ଏଭଳି ଅନିଚ୍ଛାକୃତ ତ୍ରୁଟି ପାଇଁ ଶକ୍ତି ବିଭାଗ ଦୁଃଖ ପ୍ରକାଶ କରିଥିଲା। ସୂଚନା ଓ ଲୋକସଂପର୍କ ବିଭାଗ ମଧ୍ୟ ଏହି ଦୋଷକୁ ସ୍ବୀକାର କରିଛି। ତେବେ ଏଭଳି ବିଦ୍ୟୁତ୍ ବିଭ୍ରାଟକୁ କେହି ସହଜରେ ଗ୍ରହଣ କରିପାରୁନାହାନ୍ତି। ଏହି ଉତ୍ସବରେ ରାଜ୍ୟପାଳ ତଥା ବିଶ୍ବବିଦ୍ୟାଳୟର କୁଳାଧିପତି ପ୍ରଫେସର ଗଣେଶୀ ଲାଲ୍, ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଓ କୁଳପତି ସନ୍ତୋଷ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ।

Nalco
Leave A Reply