Odisha news

ଆଜି ଓଡ଼ିଶା ଆସିବେ ରାଷ୍ଟ୍ରପତି : ପ୍ରବାସୀ ଭାରତୀୟଙ୍କୁ ପ୍ରବାସୀ ଭାରତୀୟ ସମ୍ମାନରେ ସମ୍ମାନିତ କରିବେ

0

ଭୁବନେଶ୍ବର: ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଆସିବେ। ପ୍ରବାସୀ ଭାରତୀୟ ଦିବସରେ ଯୋଗଦାନ ପାଇଁ ଆଜି ଅପରାହ୍ନରେ ରାଷ୍ଟ୍ରପତି ଭୁବନେଶ୍ବରରେ ପହଞ୍ଚିବେ । ଆସନ୍ତା କାଲି ରାଷ୍ଟ୍ରପତି ପ୍ରବାସୀ ଭାରତୀୟ ଦିବସରେ ଯୋଗଦେବାର କାର୍ଯ୍ୟକ୍ରମ ଅଛି । ଗୁରୁବାର ଆନୁଷ୍ଠାନିକ ଭାବରେ ପ୍ରବାସୀ ଭାରତୀୟ ଦିବସ ୨୦୨୫ ଉଦ୍‌ଘାଟିତ ହୋଇଯାଇଛି । ସମ୍ମିଳନିର ଦ୍ବିତୀୟ ଦିନରେ ଯୋଗ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହାକୁ ଉଦ୍‌ଘାଟନ କରିଛନ୍ତି ।

ଆସନ୍ତାକାଲି ପ୍ରବାସୀ ଭାରତୀୟ ଦିବସର ଉଦ୍‌ଯାପନୀ ସମାରୋହ। ଏଥିରେ  ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେବାର କାର୍ଯ୍ୟକ୍ରମ ଅଛି। ରାଷ୍ଟ୍ରପତି ପ୍ରବାସୀ ଭାରତୀୟଙ୍କୁ ପ୍ରବାସୀ ଭାରତୀୟ ସମ୍ମାନରେ ସମ୍ମାନିତ କରିବେ।

Leave A Reply