ପୁରୁଷୋତ୍ତମପୁର (ରିପୋର୍ଟ ଜଗନ୍ନାଥ ସାହୁ ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ଅଞ୍ଚଳ ପରିଷଦ କାର୍ଯ୍ୟାଳୟ ପକ୍ଷରୁ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ କୁ ଆଡ଼ମ୍ବର ସହକାରେ ପାଳନ କରାଯାଇଛି। ଆଜି ସକାଳେ ପରିଷଦର ଅଧ୍ୟକ୍ଷା ପ୍ରିୟଙ୍କା ଗୌଡ଼ଙ୍କ ସହିତ ମୁଖ୍ୟ ଅତିଥିଭାବେ ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟ ମଣି ବୈଦ୍ୟ ମିଳିତ ଭାବେ କାର୍ଯ୍ୟାଳୟ ପରିସରରେ ପତାକା ଉତ୍ତୋଳନ କରାଯାଇଥିଲା। ପରିଷଦର ପତାକା ଉତ୍ତୋଳନ କରିବା ସହିତ ସ୍ୱାୟତ୍ତ ଶାସନ ଦିବସର ତାତ୍ପର୍ଯ୍ୟ ସମ୍ପର୍କରେ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ l ଏହା ପରେ ସ୍ଥାନୀୟ ବଡ଼ ବଜ଼ାର ସ୍ଥିତ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟ ପ୍ରଦାନ କରିବା ପରେ ପତାକା ଉତ୍ତଳୋନ କରିଥିଲେ l ଏହା ବ୍ୟତୀତ ପରିଷଦର ଉନ୍ନୟନ କାର୍ଯ୍ୟ ଗୁଡିକର ଉଦ୍ଘାଟଣା କରାଯାଇଛି l
ଏହା ପରେ ସଫେଇ କର୍ମଚାରୀ ମାନଙ୍କୁ ପରିଷଦ ପକ୍ଷରୁ ପୋଷାକ ଓ ସ୍ଥାନୀୟ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ରେ ଚିକିତ୍ସାଧୀନ ରୋଗୀ ମାନଙ୍କୁ ଫଳ ଓ ବିସ୍କୁଟ ବଣ୍ଟନ କରାଯାଇଥିଲା l ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଉପନଗରପାଳ କୃଷ୍ଣ ଚନ୍ଦ୍ର ପଣ୍ଡା ସମ୍ମାନିତ ଅତିଥି ଭାବେ ଯୋଗଦେଇ ନିଜ ନିଜର ବକ୍ତବ୍ୟ ରଖିଥିଲେ। ପରିଷଦ ଅଧ୍ୟକ୍ଷା ପ୍ରିୟଙ୍କା ଗୌଡ଼ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବ ପ୍ରାରମ୍ଭରେ ସ୍ୱାଗତ ଭାଷଣ ଦେବା ସହ ଅତିଥି ପରିଚୟ ପ୍ରଦାନ କରିଥିଲେ। ଉତ୍ସବରେ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ଦୁଇ ଶତାଧିକ ଛାତ୍ରଛାତ୍ରୀ ଓ ଅନ୍ୟ ମାନଙ୍କୁ କପ୍ ଓ ମାନପତ୍ର ପ୍ରଦାନ ପୂର୍ବକ ସମ୍ମାନିତ କରାଯାଇଥିଲା। ଉତ୍ସବ ଶେଷରେ କାଉନସିଲର ଭାସ୍କର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ l ସ୍ମୁତି ରଞ୍ଜନ ଷଡ଼ଙ୍ଗୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଉତ୍ସବ ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ପରିଷଦର ସମସ୍ତ ସଭ୍ୟ ସଭ୍ୟା,ଏନଏସି ସମସ୍ତ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ l
