Odisha news

ରାହୁଲ୍‌ ଗାନ୍ଧୀଙ୍କୁ ୨ବର୍ଷ ଜେଲ୍‌ ଦଣ୍ଡାଦେଶ ଦେଲେ ସୁରତ ଅଦାଲତ

0

ଆଦିଲ୍ଲୀ: ‘ସବୁ ଚୋର କାହିଁକି ମୋଦୀ ସାଙ୍ଗିଆ ବହନ କରିଛନ୍ତି’ ବୋଲି ୨୦୧୯ ଏପ୍ରିଲ୍‌ରେ ରାଜନୈତିକ ପ୍ରଚାର ଅଭିଯାନ ବେଳେ ରାହୁଲ୍‌ ଗାନ୍ଧୀ ଦେଇଥିବା ମନ୍ତବ୍ୟ ଉପରେ ଆଗତ ମାନହାନି ମାମଲାର ଶୁଣାଣି କରି ଆଜି ଗୁଜରାଟର ସୁରତ ଜିଲ୍ଲାସ୍ଥିତ ଏକ ଅଦାଲତ ତାଙ୍କୁ ଦୋଷୀ ସାବ୍ୟସ୍ତ କରି ଜେଲ୍ ଦଣ୍ଡାଦେଶ ଦେଇଛନ୍ତି।

ଏହି ମାମଲାରେ ଚିଫ୍ ଜୁଡିସିଆଲ୍‌ ମାଜିଷ୍ଟ୍ରେଟ୍‌ ଏଚ୍. ଏଚ୍‌. ବର୍ମାଙ୍କ ଅଦାଲତ କଂଗ୍ରେସ ସାଂସଦ ରାହୁଲ୍‌ ଗାନ୍ଧୀଙ୍କୁ ୨ବର୍ଷ ଜେଲ୍‌ ଦଣ୍ଡାଦେଶ ଦେଇଛନ୍ତି। ‘ଆଇପିସି’ ଧାରା ୫୦୪ ଅନୁଯାୟୀ ରାହୁଲ୍‌ଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି। ଏହି ମାମଲାରେ ରାହୁଲ୍‌ ମଧ୍ୟ ୩୦ ଦିନ ପାଇଁ ଜାମିନ ପାଇଛନ୍ତି। ଏହାଛଡ଼ା, ଏହି ନି‌ଷ୍ପତ୍ତି ଉପରେ ଆବେଦନ କରିବା ଲାଗି ମଧ୍ୟ ତାଙ୍କୁ ଅନୁମତି ମିଳିଛି।

 

ଉପରୋକ୍ତ ମନ୍ତବ୍ୟ ଦେଇଥିବାରୁ ରାହୁଲ୍‌ଙ୍କ ନାଁରେ ‘ବିଜେପି’ ବିଧାୟକ ତଥା ପୂର୍ବତନ ଗୁଜରାଟ ମନ୍ତ୍ରୀ ପୂର୍ଣ୍ଣେଶ ମୋଦୀ ଅଭିଯୋଗ ଦାଏର କରିଥିଲେ। ଏହି ମନ୍ତବ୍ୟ ସମଗ୍ର ମୋଦୀ ସମ୍ପ୍ରଦାୟର ମାନହାନି କରିଛି ବୋଲି ଅଭିଯୋଗରେ ଉଲ୍ଲେଖ କରାଯାଇଥିଲା। ୨୦୧୯ ଲୋକସଭା ନିର୍ବାଚନ ପୂର୍ବରୁ କର୍ଣ୍ଣାଟକର କୋଲାର୍‌ଠାରେ ଆୟୋଜିତ ରାଲିରେ ଉଦ୍‌ବୋଧନ ଦେବା ବେଳେ ରାହୁଲ୍‌ ଗାନ୍ଧୀ ‘ମୋଦୀ’ ସାଙ୍ଗିଆକୁ ବିଦ୍ରୂପ କରି ଏଭଳି ଅସମ୍ମାନଜନକ ମନ୍ତବ୍ୟ ଦେଇଥିଲେ।

Nalco
Leave A Reply