ରାଜଆଠଗଡ ଷ୍ଟେସନ ଠାରେ ନିରାପତ୍ତା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ : ରାଉରକେଲା-ଭୁବନେଶ୍ୱର-ରାଉରକେଲା ଏବଂ ସମ୍ବଲପୁର-ପୁରୀ-ସମ୍ବଲପୁର ବିଶେଷ ଟ୍ରେନ ଦୁଇଦିନ ପାଇଁ ବାତିଲ ରହିବ
ଖୋର୍ଦ୍ଧାରୋଡ଼ ରେଳ ମଣ୍ଡଳ ଅନ୍ତର୍ଗତ ଶାଳଗାଁ ଓ ରାଜଆଠଗଡ ଷ୍ଟେସନ ମଧ୍ୟରେ ତୃତୀୟ ଓ ଚତୁର୍ଥ ଲାଇନ କାର୍ଯ୍ୟକ୍ଷମ ପାଇଁ ରାଜଆଠଗଡ ଷ୍ଟେସନ ଠାରେ ନିରାପତ୍ତା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ସମ୍ପାଦନ କରିବାପାଇଁ ଦୁଇଦିନ ପାଇଁ ରାଉରକେଲା-ଭୁବନେଶ୍ୱର-ରାଉରକେଲା ଏବଂ ସମ୍ବଲପୁର-ପୁରୀ-ସମ୍ବଲପୁର ବିଶେଷ ଟ୍ରେନ ନିମ୍ନମତେ ବାତିଲ ରହିବ |
02861/02862 ରାଉରକେଲା-ଭୁବନେଶ୍ୱର-ରାଉରକେଲା ଏବଂ 08303/08304 ସମ୍ବଲପୁର-ପୁରୀ-ସମ୍ବଲପୁର ବିଶେଷ ଟ୍ରେନ ଏପ୍ରିଲ ମାସ ୨୭ ଓ ୨୮ ତାରିଖ ଦିନ ବାତିଲ ରହିବାକୁ ସ୍ଥିର କରାଯାଇଅଛି
