Odisha news

ବଙ୍ଗୋପ ସାଗରରେ ଘୂର୍ଣ୍ଣିବଳୟ , ଲଘୁଚାପ କ୍ଷେତ୍ରରେ ପରିଣତ : ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର : ଗତ କାଲି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଏହାର ପ୍ରଭାବରେ ଆସନ୍ତା କିଛି ଦିନ ଧରି ଓଡ଼ିଶା ସମେତ ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ଛତିଶଗଡ଼ ଆଦି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଭାରତୀୟ ପାଣିପାଗ ବିଭାଗର ରିପୋର୍ଟ ଅନୁସାରେ ଲଘୁଚାପ କ୍ଷେତ୍ରଟି ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ତଥା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ସୃଷ୍ଟି ହୋଇଛି । ଏହା ଆସନ୍ତା ୪-୫ ଦିନରେ ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି । ଏହି ଲଘୁଚାପ ପ୍ରଭାବରେ ଅଗଷ୍ଟ ୨୮ରୁ ୩୧ ପର୍ଯ୍ୟନ୍ତ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶରେ ବର୍ଷା ହୋଇପାରେ । ସେହିପରି ଛତିଶଗଡ଼, ମଧ୍ୟପ୍ରଦେଶ, ମହାରାଷ୍ଟ୍ର ଓ ରାଜସ୍ଥାନରେ ବି ବର୍ଷା ହେବାର ସମ୍ଭାବନା ରହିଛି ।

Comments are closed.