Odisha news

ଆସନ୍ତା ୪ ଦିନ ଧରି ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା : ୮ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

0

ଭୁବନେଶ୍ୱର: ରାଜ୍ୟରେ ଟ୍ରପ୍ ଲାଇନ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ କନ୍ଧମାଳ, ରାୟଗଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ବୌଦ୍ଧ, ଗଂଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଏଥିପାଇଁ ଏହି ୮ ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଉତ୍ତର ପୂର୍ବ ମଧ୍ୟପ୍ରଦେଶଠାରୁ ରାଜସ୍ଥାନ ପର୍ଯ୍ୟନ୍ତ ଏହି ଟ୍ରପଲାଇନ ଲମ୍ବିଥିବାରୁ ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ।

ଆଜି ନୂଆପଡ଼ା ଜିଲ୍ଲାର ସିନାପାଲିରେ ସର୍ବାଧିକ ୧୧୩ ମିଲିମିଟର ବର୍ଷା ରେକର୍ଡ ହୋଇଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ତେବେ ଜୁନ ୧ରୁ ୨୮ ତାରିଖ ମଧ୍ୟରେ ରାଜ୍ୟରେ ୨୨୮.୫ ମିଲିମିଟର ବର୍ଷା ରେକର୍ଡ ହୋଇଛି। ଏହା ସ୍ୱାଭାବିକ ଠାରୁ ୧୬ ପ୍ରତିଶତ ଅଧିକ ତେବେ କେନ୍ଦ୍ରାପଡ଼ା, ଯାଜପୁର, କଟକ, ଜଗତସିଂହପୁର, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ସ୍ୱାଭାବିକଠାରୁ କମ୍ ବର୍ଷା ରେକର୍ଡ ହୋଇଛି।

Leave A Reply