Odisha news

ଲଘୁଚାପ ପ୍ରଭାବରେ ୯ ତାରିଖ ଯାଏଁ ପୁରା ଓଡିଶାରେ ବର୍ଷିବ

0

ଭୁବନେଶ୍ୱର,  :ଉତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇଛି । ଏହାର ପ୍ରଭାବରେ ସମଗ୍ର ଓଡିଶାରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଇଏମଡି ପୂର୍ବାନୁମାନ କରିଛି । ଏହାସହ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କିମି ରହିବ । ୯ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ଆଇଏମଡି ଆକଳନ କରିଛି । ଏହି ସମୟ ମଧ୍ୟରେ ବର୍ଷା ଯୋଗୁଁ ତଳିଆ ଅଂଚଳରେ ପାଣି ପଶିଯିବାର ସମ୍ଭାବନା ଥିବାରୁ ଜିଲ୍ଲା ପ୍ରଶାସନକୁ ସଜାଗ ରହିବାକୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନ (ଏସଆରସି) । ସେହିପରି ସମୁଦ୍ର ମଧ୍ୟକୁ ମତ୍ସ୍ୟଜୀବୀ ମାନଙ୍କୁ ବାରଣ କରାଯାଇଛି । ଏସଆରସି ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ୫ ତାରିଖ ସକାଳ ମଧ୍ୟରେ ମୟୁରଭଂଜ , ବାଲେଶ୍ୱର, ଭଦ୍ରକ,ଯାଜପୁର, ଢେଙ୍କାନାଳ, କେନ୍ଦୁଝର,ସମ୍ବଲପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ଆଇଏମଡି ପକ୍ଷରୁ ଅରେଂଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାସହ କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଅନୁଗୁଳ, ଦେବଗଡ, କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୬ ତାରିଖରେ ସମ୍ବଲପୁର, ଦେବଗଡ, ଝାରସୁଗୁଡା, ବରଗଡ ଓ ସୁନ୍ଦରଗଡ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ଅରେଂଜ ୱାର୍ଣ୍ଣିଂ ଏବଂ କେନ୍ଦୁଝର, ଅନୁଗୁଳ, ନୂଆପଡା ,ସୋନପୁର ଓ ବଲାଙ୍ଗୀର ଜିଲ୍ଲାରେ ପ୍ରବଳ ବର୍ଷା ଲାଗି ୟେଲୋ ୱାଣ୍ଣଇର୍ଂ ଜାରି କରାଯାଇଛି । ୭ ତାରିଖ ବେଳକୁ ବର୍ଷାର ପରିମାଣ ସାମାନ୍ୟ କମ୍ ହୋଇପାରେ । ସୁନ୍ଦରଗଡ, କେନ୍ଦୁଝର ଓ ମୟୁରଭଂଜ ଜିଲ୍ଲାକୁ ପ୍ରବଳ ବର୍ଷା ସମ୍ଭାବନା ପାଇଁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ୮ ତାରିଖରୁ ୯ ତାରିଖ ମଧ୍ୟରେ କଳାହାଣ୍ଡି, ବଲାଙ୍ଗୀର, ଝାରସୁଗୁଡା, କନ୍ଧମାଳ, ମୟୁରଭଂଜ ଓ ଢେଙ୍କାନାଳ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି ।

Leave A Reply