Odisha news

ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ : ରାଜ୍ୟରେ ୪ ଦିନ ଯାଏ ବର୍ଷା ହେବାର ସମ୍ଭାବନା

0

ଭୁବନେଶ୍ୱର: ରାଜ୍ୟରେ ଆହୁରି ୪ ଦିନ ଯାଏ ବର୍ଷା ହେବାର ସମ୍ଭାବନା ରହିଛି। ଝାଡ଼ଖଣ୍ଡ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟ ହୋଇଛି। ଫଳରେ ଓଡ଼ିଶାରେ ଆଉ ୪ ଦିନ ଯାଏ ବର୍ଷା ସହ କିଛି ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଆଜି ଉତ୍ତର, ଦକ୍ଷିଣ ଉପକୂଳ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୧୨ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ଗଞ୍ଜାମ, ନୟାଗଡ଼, କଟକ, ଖୋର୍ଦ୍ଧା ଓ ଦେବଗଡ଼। ଏହାସହ ବିଭିନ୍ନ ସ୍ଥାନରେ ୪୦ରୁ ୫୦ କି.ମି. ବେଗରେ ପବନ ବହିବା ସହ ବଜ୍ରପାତ ହେବାର ମଧ୍ୟ ଆଶଙ୍କା କରାଯାଇଛି।
Leave A Reply