ଭୁବନେଶ୍ୱର: ରାଜ୍ୟରେ ଆହୁରି ୪ ଦିନ ଯାଏ ବର୍ଷା ହେବାର ସମ୍ଭାବନା ରହିଛି। ଝାଡ଼ଖଣ୍ଡ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟ ହୋଇଛି। ଫଳରେ ଓଡ଼ିଶାରେ ଆଉ ୪ ଦିନ ଯାଏ ବର୍ଷା ସହ କିଛି ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।
