Odisha news

୧୦ ଜିଲ୍ଲାରେ  ପ୍ରବଳ ବର୍ଷା ସମ୍ଭାବନା

0

ଭୁବନେଶ୍ୱର ,୦୫ ଅଗଷ୍ଟ – ଉତର-ପଶ୍ଚିମ ବଙ୍ଗୋପସାଗରର ଉତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳବର୍ତୀ ଅଂଚଳରେ ଏକ ୱେଲ ମାର୍କଡ୍ ଲୋ ପ୍ରେସର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଓଡିଶା ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୯ ତାରିଖ ବେଳକୁ ଉତର ବଙ୍ଗୋପ ସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଫଳରେ ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ ।  ଲଘୁଚାପ ଫଳରେ ଓଡିଶାରେ ଦକ୍ଷିଣ ପଶ୍ଚିମ ମୌସୁମୀବାୟୁ ସକ୍ରିୟ ରହିଛି । ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସ୍ଥାନରେ ବର୍ଷା ଜାରୀ ରହିଥିବା ବେଳେ ଉତର , ଉତର ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଏହି ସମୟରେ ଘଂଟା ପ୍ରତି ୪୦ ରୁ ୫୦ କିମି ବେଗରେ ପବନ ବହୁ ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ ଦିଆଯାଇଛି ।  ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ୧୦ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ପାଣିପାଗ କେନ୍ଦ୍ର ସମ୍ପୃକ୍ତ ଜିଲ୍ଲା ଗୁଡିକୁ ଅରେଂଜ ୱାର୍ଣ୍ଣିଂ ଜାରି କରିଛି । ଏହି ଜିଲ୍ଲା ଗୁଡିକ ହେଲା ବରଗଡ , ଝାରସୁଗୁଡା , ସମ୍ବଲପୁର,ଦେବଗଡ, ସୁନ୍ଦରଗଡ, ନୂଆପଡା,ବଲାଙ୍ଗୀର , ସୋନପୁର , ବୌଦ୍ଧ ଓ ଅନୁଗୁଳ । ପ୍ରବଳ ବର୍ଷା ଯୋଗୁଁ ତଳିଆ ଅଂଚଳ ଗୁଡିକରେ ପାଣି ଭରିଯିବାର ସମ୍ଭାବନା ରହିଛି ।  ସେହିପରି କଳାହାଣ୍ଡି, ନବରଙ୍ଗପୁର, କଟକ,ଢେଙ୍କାନାଳ , ଖୋର୍ଦ୍ଧା, ଯାଜପୁର,କେନ୍ଦ୍ରାପଡା, ଭଦ୍ରକ, ଜଗତସିଂହପୁର,କେନ୍ଦୁଝର ଓ ବାଲେଶ୍ୱର ଜିଲ୍ଲାରେ ମଧ୍ୟ ବର୍ଷା ସମ୍ଭାବନା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରୀ କରିଛି ପାଣିପାଗ କେନ୍ଦ୍ର ।

Nalco
Leave A Reply