ଭୁବନେଶ୍ୱର, ୧୩ ଅଗଷ୍ଟ – ଉତର- ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିିଛି । ଆସନ୍ତା ୨୪ ଘଂଟା ମଧ୍ୟରେ କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଏହା ସହ ଉପରୋକ୍ତ ୨ ଜିଲ୍ଲାକୁ ଅରେଂଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ୨ ଜିଲ୍ଲା ବ୍ୟତୀତ ଆସନ୍ତା ୨୪ ଘଂଟା ମଧ୍ୟରେ ଆଉ ୧୦ ଟି ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡିକ ହେଲା ଗଂଜାମ, ପୁରୀ, ଗଜପତି,ଜଗତସିଂହପୁର, ରାୟଗଡା, ନବରଙ୍ଗପୁର, କନ୍ଧମାଳ, କଳାହାଣ୍ଡି, ସମ୍ବଲପୁର ଓ ଦେବଗଡ । ଏହି ଜିଲ୍ଲା ଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଲଘୁଚାପ ପ୍ରଭାବରେ ପବନର ବେଗ ବୃଦ୍ଧି ପାଇପାରେ । ଏହି ସମରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।
