ଭୁବନେଶ୍ୱର, ୨୪ ଅଗଷ୍ଟ – ବାଂଲାଦେଶ ଏବଂ ନିକଟବର୍ତୀ ଅଂଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ସୋମବାର ଉତର ବଙ୍ଗୋପସାଗର ଏବଂ ତତ୍ସଂଲଗ୍ନ ଅଂଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ ୪୮ ଘଂଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇପାରେ । ଏହାର ପ୍ରଭାବରେ ଆସନ୍ତା ଅଗଷ୍ଟ ୨୮ ତାରିଖ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି ।
ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଜଗତସିିଂହପୁର, କଟକ,େ ଢ଼ଙ୍କାନାଳ, ପୁରୀ, ସୁନ୍ଦରଗଡ, ଏବଂ ଦେବଗଡ଼ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୨୬ ତାରିଖ ସନ୍ଧ୍ୟା ସୁଦ୍ଧା ଓଡିଶାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, ଅନୁଗୁଳ, ଏବଂ ଦେବଗଡ଼ ଜିଲ୍ଲାର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିସହ ପୁରୀ, ଖୋର୍ଦ୍ଧା, ସୁନ୍ଦରଗଡ, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର ଏବଂ କନ୍ଧମାଳ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ଝାରସୁଗୁଡା, ବରଗଡ, କାଳାହାଣ୍ଡି, ନୟାଗଡ଼, ଗଞ୍ଜାମ, ନୂଆପଡା, ନବରଙ୍ଗପୁର, ମାଲକାନଗିରି, ଏବଂ କୋରାପୁଟ ଜିଲ୍ଲା ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
