Odisha news

ବର୍ଷା ବିତ୍ପାତ ଜାରି, ୧୩ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

0

ଭୁବନେଶ୍ୱର, ୨୬ ଅଗଷ୍ଟ – ବଙ୍ଗୋପସାଗରରେ ସୃଷ୍ଟ ୱେଲ ମାର୍କଡ୍ ଲେଷା ପ୍ରେସ୍‌ର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଆସନ୍ତା କିଛି ଦିନ ପର୍ଯ୍ୟନ୍ତ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହୋଇପାରେ । ଆସନ୍ତା ୨୪ ଘଂଟା ମଧ୍ୟରେ ସମ୍ବଲପୁର, ସୋନପୁର, ଝାରସୁଗୁଡ଼ା, ବରଗଡ଼, ବୌଦ୍ଧ,ବଲାଙ୍ଗୀର, କଳାହାଣ୍ଡି, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ଢେଙ୍କାନାଳ ଓ ମୟୁରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ଏସବୁ ଜିଲ୍ଲାଗୁଡ଼ିକ ପାଇଁ ରେଡ ଆଲର୍ଟ ଜାରି କରାଯାଇଛି ।  ସେହିପରି ଆଉ କେତେକ ଜିଲ୍ଲା ଯେପରିକି ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ମାଲକାନଗିରି, କୋରାପୁଟ, କନ୍ଧମାଳ, ନୂଆପଡ଼ା ଓ ଜଗତସିଂହପୁରରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ଏସବୁ ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଅବଶିଷ୍ଟ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Leave A Reply