Odisha news

ଆସନ୍ତା ୩୬ ଘଣ୍ଟା ମଧ୍ୟରେ ରାଜ୍ୟର ଅର୍ଦ୍ଧାଧିକ ଜିଲ୍ଲାରେ ବର୍ଷା ସମ୍ଭାବନା; ୩ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

0

ଭୁବନେଶ୍ୱର: ସମଗ୍ର ରାଜ୍ୟରେ ଶୀତଲହରୀ ଜାରି ରହିଥିବା ବେଳେ ଆସନ୍ତା ୨୪ରୁ ୩୬ ଘଣ୍ଟା ମଧ୍ୟରେ ରାଜ୍ୟର ଅର୍ଦ୍ଧାଧିକ ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଥିବା କହିଛି ଭାରତୀୟ ପାଣିପାଗ ବିଭାଗ। ଆଜି ଅପରାହ୍ଣରେ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି କରା ଯାଇଥିବା ସ୍ୱତନ୍ତ୍ର ବୁଲେଟିନ୍‌ ଆଧାରରେ ସ୍ୱତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆର୍‌ସି)ଙ୍କ ପକ୍ଷରୁ ଜାରି ଏକ ଇସ୍ତାହାରରୁ ଏହା ଜାଣିବା ପାଇଁ ମିଳିଛି।

ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି କରା ଯାଇଥିବା ସ୍ୱତନ୍ତ୍ର ବୁଲେଟିନ୍‌ରୁ ଜାଣିବାକୁ ମିଳିଛି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଗୁରୁବାର ସକାଳ ୮ଟା ସୁଦ୍ଧା ରାଜ୍ୟର ପଶ୍ଚିମ ଓ ଆଭ୍ୟନ୍ତର ଉତ୍ତର ଓଡ଼ିଶାର ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ବୌଦ୍ଧ, ଦେବଗଡ଼, ସୋନପୁର, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ ଓ ବଲାଙ୍ଗୀର ଜିଲ୍ଲାର ବହୁ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ଶୁକ୍ରବାର ସକାଳ ୮ଟା ମଧ୍ୟରେ ରାଜ୍ୟର ସୁନ୍ଦରଗଡ଼, କେନ୍ଦୁଝର ଓ ଝାରସୁଗୁଡ଼ା ଜିଲ୍ଲାର ବ୍ୟାପକ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ଦେବଗଡ଼, ସୋନପୁର, ଢ଼େଙ୍କାନାଳ, ବୌଦ୍ଧ, ଅନୁଗୁଳ, ସୁନ୍ଦରଗଡ଼, କେନ୍ଦୁଝର ଓ ଝାରସୁଗୁଡ଼ା ଜିଲ୍ଲାରେ କୁଆପଥର ସହ ବର୍ଷା ହେବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି କରା ଯାଇଥିବା ସ୍ୱତନ୍ତ୍ର ବୁଲେଟିନ୍‌ରେ କୁହାଯାଇଛି।

NewsHunt

ଗତକାଲି ରାଜ୍ୟର ୧୨ଟି ଜିଲ୍ଲାର ପାରଦ ୧୦ ଡିଗ୍ର୍ରି ତଳକୁ ଖସିଯାଇଥିଲା। ଗତକାଲି ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩୦ ଡିଗ୍ରି ସେଲସିୟସ୍‌ ମାଲକାନଗିରି ଠାରେ ରେକର୍ଡ କରା ଯାଇଥିବା ବେଳେ ସର୍ବନିମ୍ନ ତାପମାତ୍ରା ୬.୮ ଡିଗ୍ରି ସେଲସିୟସ୍‌ କେନ୍ଦୁଝର ଠାରେ ରେକର୍ଡ କରାଯାଇଛି।

Leave A Reply