ଭୁବନେଶ୍ୱର ,୧୮ ସେପ୍ଟେମ୍ବର – ଆସନ୍ତା ୨୦ ତାରିଖ ସୁଦ୍ଧା ଉତରପୂର୍ବ ବଙ୍ଗୋପସାଗର ଓ ଏହାର ନିକଟବର୍ତୀ ଅଂଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଏହାର ପ୍ରଭାବରେ ଆସନ୍ତା ୫ ଦିନ ଅର୍ଥାତ୍ ସେପ୍ଟେମ୍ବର୨୩ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି ।
ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଆସନ୍ତା ୨୧ ଓ ୨୨ ତାରିଖ ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷିବ । ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ୪ ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ଜିଲ୍ଲା ଗୁଡିକ ହେଲା ମାଲକାନଗିରି, କୋରାପୁଟ ସୁନ୍ଦରଗଡ ଓ କେନ୍ଦୁଝର । ଏହିସବୁ ଜିଲ୍ଲାଗୁଡିକୁ ପାଣଇପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।
ସେହିପରି ୨୦ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ରାୟଗଡା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରୀ କରାଯାଇଛି । ୨୧ ତାରିଖରେ ରାଜ୍ୟର ମାଲକାନଗିରି,କୋରାପୁଟ, ନବରଙ୍ଗପୁର, ବାଲେଶ୍ୱର, ମୟୁରଭଞ୍ଜ, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏହାକୁ ଦୃଷ୍ଟିରେ ରଖି ଏସବୁ ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଜଗତସିଂହପୁର, ପୁରୀ, ଗଞ୍ଜାମ, କଳାହାଣ୍ଡି, କେନ୍ଦୁଝର, କଟକ, ଦେବଗଡ଼ ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।ଏହାକୁ ଦୃଷ୍ଟିରେ ରଖି ଏସବୁ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ୨୨ ତାରିଖରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ଗଞ୍ଜାମ, ବରଗଡ଼, ଅନୁଗୁଳ, ବଲାଙ୍ଗୀର, କଳାହାଣ୍ଡ,ସୋନପୁର, ଦେବଗଡ଼ ଓସମ୍ବଲପୁର ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏହାକୁ ଦୃଷ୍ଟିରେ ରଖି ଏସବୁ ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାଛଡ଼ା ଆଉ ୧୦ଟି ଜିଲ୍ଲା ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, କଟକ, ବୌଦ୍ଧ, କନ୍ଧମାଳ ଓ ନୂଆପଡ଼ାରେ ପ୍ରବଳ ବର୍ଷା ହେବ । ଏସବୁ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହା ବ୍ୟତୀତ ୨୩ ତାରିଖ ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା ଥିବା ବରଗଡ, ଝାରସୁଗୁଡା, ସୁନ୍ଦରଗଡ ଓ ନବରଙ୍ଗପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।