ଭୁବନେଶ୍ୱର,୯ ସେପ୍ଟେମ୍ବର – ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆନ୍ଧ୍ରପ୍ରଦେଶ ଉପକୂଳବର୍ତୀ ଅଂଚଳରେ ଆସନ୍ତା ସେପ୍ଟେମ୍ବର ୧୩ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ଅଛି । ତେବେ, ଆଗାମୀ ଦିନେ ଦୁଇଦିନ ମଧ୍ୟରେ ଏହି ଲଘୁଚାପର ସ୍ପଷ୍ଟ ଚିତ୍ର ଓ ପ୍ରଭାବ ଜଣାପଡ଼ିବ ବୋଲି କହିଛି ପାଣିପାଗ ବିଭାଗ ।
ଆସନ୍ତା ୨୪ ଘଂଟା ମଧ୍ୟରେ ଅର୍ଥାତ ଗୁରୁବାର ଅପରାହ୍ନ ସୁଦ୍ଧା ଉତର ଓଡ଼ିଶା ଓ ଦକ୍ଷିଣ ଓଡିଶାର ବହୁ ସ୍ଥାନରେ ହାଲୁକା ଏବଂ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, କଟକ, ଜଗତସିିଂହପୁର, ଯାଜପୁର, କେନ୍ଦ୍ରାପଡା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ସମ୍ବଲପୁର, ସୋନପୁର, ବରଗଡ, ବୌଦ୍ଧ, କଳାହାଣ୍ଡି ଜିଲ୍ଲାରେ ବଜ୍ରପାତ ହେବାର ସମ୍ଭାବନା ରହିଛି । କନ୍ଧମାଳ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଶୁକ୍ରବାର ସୁଦ୍ଧା ମାଲକାନଗିରି, କୋରାପୁଟ ଜିଲ୍ଲାରେ ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି । ଏହି ସମୟରେ ରାୟଗଡା, ଗଜପତି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡା, ନୂଆପଡା ଓ ଅନୁଗୁଳ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।

 

LEAVE A REPLY

Please enter your comment!
Please enter your name here