ଭୁବନେଶ୍ୱର, ୨୫ ସେପ୍ଟେମ୍ବର – ସକ୍ରିୟ ହୋଇଥିବା ମୌସୁମୀ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହୋଇପାରେ । ଆସନ୍ତା ୨୪ ଘଂଟା ମଧ୍ୟରେ ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଳି ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ତରଫରୁ ସୂଚନା ଦିଆଯାଇଛି । ଏହା ବ୍ୟତୀତ ବଜ୍ରପାତ ସହ ଅଧିକ ବର୍ଷା ଆଶଙ୍କା ଥିବା ରାଜ୍ୟର ୧୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଗଜପତି, ଗଂଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଂଜ ।
