ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୫ରୁ ଊର୍ଧ୍ବ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି ଓ ଗଞ୍ଜାମ ଆଦି ରହିଛି। ଏହି ଜିଲ୍ଲାଗୁଡ଼ିକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ବର୍ଷା ସମୟରେ ଉକ୍ତ ଜିଲ୍ଲାର ବାସିନ୍ଦାଙ୍କୁ ସତର୍କ ରହିବାକୁ ପରାମର୍ଶ ବି ଦିଆଯାଇଛି।
ଏଯାବତ ମାଲକାନଗିରି ଓ ବୌଦ୍ଧରେ ସର୍ବାଧିକ ତାପମାତ୍ରା ୩୫.୦ ଡିଗ୍ରି ସେଲସିୟସ ଥିବା ବେଳେ ଫୁଲବାଣୀରେ ୧୯.୫ଡିଗ୍ରି ସେଲସିୟସ ସର୍ବନିମ୍ନ ତାପମାତ୍ରା ରହିଛି।
ସେହିପରି ୧୪ରୁ ୧୬ ତାରିଖ ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ୧୭ରୁ ୧୮ ତାରିଖ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀ ସହିତ ବଜ୍ରପାତ ଓ ପ୍ରବଳ ବର୍ଷା ଆଶଙ୍କା ରହିଛି। ସେଥିପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
Comments are closed.