ଟ୍ରେନ୍ ଯାତ୍ରୀମାନଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ସୂଚନା : ଭୁବନେଶ୍ୱର ରାଜଧାନୀ ବିଶେଷ ଟ୍ରେନ ସପ୍ତାହକୁ ଚାରିଦିନ ଚଳାଚଳ କରିବ
02823 ଭୁବନେଶ୍ୱର-ନୂଆଦିଲ୍ଲୀ ରାଜଧାନୀ ବିଶେଷ ଟ୍ରେନ ଭାୟା ଟାଟା ଭୁବନେଶ୍ୱରରୁ ପ୍ରତି ମଙ୍ଗଳବାର ଏବଂ ଗୁରୁବାର ଦିନ ଚଳାଚଳ କରିବାକୁ ଥିବାବେଳେ ସୋମବାର ଏବଂ ଶୁକ୍ରବାର ଦିନ ମାନଙ୍କରେ ବାତିଲ ରହିବ |
02824 ନୂଆଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ବିଶେଷ ଟ୍ରେନ ଭାୟା ଟାଟା ନୂଆଦିଲ୍ଲୀରୁ ପ୍ରତି ବୁଧବାର ଏବଂ ଗୁରୁବାର ଦିନ ଚଳାଚଳ କରିବାକୁ ଥିବାବେଳେ ମଙ୍ଗଳବାର ଏବଂ ଶନିବାର ଦିନ ମାନଙ୍କରେ ବାତିଲ ରହିବ |
02825/02826 ଭୁବନେଶ୍ୱର-ନୂଆଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ବିଶେଷ ଟ୍ରେନ ଭାୟା ଆଦ୍ରI ଭୁବନେଶ୍ୱରରୁ ରବିବାର ଏବଂ ବୁଧବାର ଦିନ ଏବଂ ନୂଆଦିଲ୍ଲୀରୁ ସୋମବାର ଏବଂ ଶୁକ୍ରବାର ଦିନ ଚଳାଚଳ କରିବ |
02855/02856 ଭୁବନେଶ୍ୱର-ନୂଆଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ବିଶେଷ ଟ୍ରେନ ଭାୟା ସମ୍ବଲପୁର ସିଟି ଏବଂ ରାଉରକେଲା ଭୁବନେଶ୍ୱରରୁ 26 ଜୁନ୍ (ଶନିବାର) ଏବଂ ନୂଆଦିଲ୍ଲୀରୁ 27 ଜୁନ୍, 2021 ତାରିଖ ଦିନ ବାତିଲ ରହିବ |
—

Comments are closed.