Odisha news

ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ, ଓଡ଼ିଶାର ୪ ଆସନ ପାଇଁ ହେବ ନିର୍ବାଚନ

0

ନୂଆଦିଲ୍ଲୀ/ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ୧୭ଟି ରାଜ୍ୟର ୫୫ ଜଣ ରାଜ୍ୟସଭା ସାଂସଦଙ୍କ କାର୍ଯ୍ୟକାଳ ଏପ୍ରିଲ ମାସରେ ଶେଷ ହେଉଛି। ଖାଲି ହେଉଥିବା ୫୫ଟି ଆସନ ମଧ୍ୟରୁ ଓଡ଼ିଶାର ୪ଟି ରାଜ୍ୟସଭା ଆସନ ରହିଛି। ଏହି ସବୁ ଆସନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି।

ଆଜିଠାରୁ ହିଁ ପ୍ରାର୍ଥୀମାନେ ନାମାଙ୍କନ ଦାଖଲ କରିପାରିବେ। ମାର୍ଚ୍ଚ ୧୩ ନାମାଙ୍କନ ଦାଖଲର ଶେଷ ତାରିଖ ଓ ୨୬ରେ ହେବ ନିର୍ବାଚନ।

୧୭ଟି ରାଜ୍ୟର ୫୫ଟି ରାଜ୍ୟସଭା ଆସନ ପାଇଁ ନିର୍ବାଚନ କରିବାକୁ କିଛି ଦିନ ତଳେ ନିର୍ବାଚନ କମିଶନ ଘୋଷଣା କରିଥିଲେ। ସଂଖ୍ୟା ଦୃଷ୍ଟିରୁ ବିଜେଡି ଖାତାକୁ ୩ଟି ରାଜ୍ୟସଭା ଆସନ ଯିବା ନିଶ୍ଚିତ। ଚତୁର୍ଥ ଆସନ ପାଇଁ ଟଣାଓଟରା ଲାଗି ରହିଛି। ବିଜେଡି-ବିଜେପି ସହମତିରେ ପ୍ରାର୍ଥୀ ଦେବେ ନା ବିଜେଡି ଏହି ଆସନ ଏକାକୀ ହାସଲ କରିବାକୁ ଚାହିଁବ,ତାକୁ ନେଇ ଅନେକ ଚର୍ଚ୍ଚା ଲାଗି ରହିଛି।

Leave A Reply