Odisha news

ବିଶ୍ୱ ମୟୁର ସୁରକ୍ଷା ଦିବସ ପାଳିତ

0
ରମ୍ଭା :25,3 : ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଋଷିକୁଲ୍ୟା କଇଁଚ ସୁରକ୍ଷା ସମିତି ତରଫରୁ ବିଶ୍ବ ମୟୁର ସୁରକ୍ଷା ଦିବସ ପାଳିତ ହୋଇଯାଇଛି l  ଯୁବ ବରିବେଶବିତ ରବିନ୍ଦ୍ରନାଥ ସାହୁଙ୍କ ତତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥିଭାବେ ରାଜ୍ୟପାଳ ପୁରସ୍କାର ପ୍ରାପ୍ତ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ବିଜୟ କୁମାର ବିଶ୍ୱାଳ, ମୁଖ୍ୟବକ୍ତା ଭାବେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ବାଳକୃଷ୍ଣ ମହାରଣା, ଓଡିଶା ସାମ୍ବାଦିକ ସଙ୍ଘ ଗଞ୍ଜାମ ଜିଲ୍ଲା କାର୍ଯ୍ୟକାରୀ ସଭାପତି ଉମାକାନ୍ତ ବେହେରା, ଗଞ୍ଜାମ ପ୍ରେସକ୍ଳବ ସଭାପତି ଶବର କୁମାର ତରାଇ ପ୍ରମୁଖ ଯୋଗଦେଇ ମୟୁର ସୁରକ୍ଷା ସମ୍ପର୍କିତ ବକ୍ତବ୍ୟ ପ୍ରଦାନ କରିବା ସହ ବୃକ୍ଷ ରୋପଣ କରି ପରିବେଶ ସୁରକ୍ଷା ଉପରେ ଗୁରୁତ୍ୱାରୋପ କରିଥିଲେ l ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ବାସନ୍ତି ଲତା ସ୍ୱାଇଁ ସଭାପତିତ୍ୱ ରେ ଆୟୋଜିତ କାର୍ଯ୍ୟକ୍ରମରେ ଶିକ୍ଷାବିତ ନିରଞ୍ଜନ ମହାରଣା ସଂଯୋଜନା କରିଥିଲେ l ବିଦ୍ୟାଳୟର ସମସ୍ତ ଛାତ୍ରୀ ଉପସ୍ଥିତ ରହିଥିଲେ l
Nalco
Leave A Reply