Odisha news

ରାଉରକେଲାର ପ୍ଲୁଟୋନ ମଲ୍‌ରେ ଭାରତର ସର୍ବବୃହତ୍ ଫ୍ୟାସନ ଡେଷ୍ଟିନେସନ ଟ୍ରେଣ୍ଡ୍‌ସର ନୂଆ ଷ୍ଟୋରର ଶୁଭାରମ୍ଭ

0

ରାଉରକେଲା, ୧୦/୩: ଭାରତର ବୃହତମ ତଥା ଦିନକୁ ଦିନ ଦ୍ରୁତଗତିରେ ବୃଦ୍ଧି ପାଉଥିବା ରିଲାଏନ୍ସ ରିଟେଲ୍ ର ଆପାରେଲ ଏବଂ ଆସେସୋରୀ ସ୍ପେଶାଲିଟି ଚେନ୍ ଟ୍ରେଣ୍ଡ୍‌ସ ଓଡ଼ିଶାର ରାଉରକେଲା ସହରସ୍ଥିତ ପ୍ଲୁଟୋନ ମଲ୍‌ରେ ନୂଆ ଷ୍ଟୋର ଶୁଭାରମ୍ଭ କରିଛି ।

ଟ୍ରେଣ୍ଡ୍‌ସ ବାସ୍ତବରେ ଭାରତର ଫ୍ୟାସନ କ୍ଷେତ୍ରକୁ ଲୋକାଭିମୁଖି କରି ଫାସନରେ ଗଣତନ୍ତ୍ରର ବିକାଶ କରିଛି । ଏହା ଭାରତର ଗ୍ରାହକଙ୍କ ସମ୍ପର୍କ ସୁଦୃଢ କରିଛି ଏବଂ ମେଟ୍ରୋ, ମିନି ମେଟ୍ରୋଠାରୁ ଆରମ୍ଭ କରି ଟିୟର ୧, ଟିୟର ୨ ସହର ଏବଂ ଆହୁରି ଅଧିକ ସ୍ଥାନରେ ଭାରତୀୟ ଉପଭୋକ୍ତାଙ୍କ ନିକଟରେ ପହଂଚିଛି ଏବଂ ଭାରତର ପସନ୍ଦଯୋଗ୍ୟ ଫ୍ୟାସନ ସପିଙ୍ଗ ଡେଷ୍ଟିନେସନ ପାଲଟିଛି ।

ରାଉରକେଲାର ପ୍ଲୁଟୋନ ମଲ୍‌ସ୍ଥିତ ନୂଆ ଟ୍ରେଣ୍ଡ୍‌ସ ଷ୍ଟୋରରେ ମଡର୍ଣ୍ଣ ଲୁକ୍ ସହିତ ଉନ୍ନତ ପରିବେଶ ରହିଛି । ଏଥିସହିତ ସ୍ଥାନୀୟ ଗ୍ରାହକମାନଙ୍କ ମନଲାଖି ଉଚ୍ଚମାନର ଆକର୍ଷଣୀୟ ଫ୍ୟାସନ ମର୍ଚ୍ଚାଣ୍ଡାଇଜ ସମ୍ଭାର ଓ ସୁଲଭ ମୂଲ୍ୟ ଉକ୍ତ ଷ୍ଟୋରକୁ ଅଧିକ ଆକର୍ଷଣୀୟ କରି ତୋଳିଛି । ସହର ତଥା ନିକଟବର୍ତୀ ଅଂଚଳର ଗ୍ରାହକମାନେ ଏବେ ଟ୍ରେଣ୍ଡି ୱିମେନ ୱିୟର, ମେନ୍ସ ୱିୟର, କିଡସ ୱିୟର ଏବଂ ଫ୍ୟାସନ ଆସେସୋରିଜ ଅତି ସ୍ୱତନ୍ତ୍ର ମୂଲ୍ୟରେ ଚମତ୍କାର କିଣାକିଣି ଅନୁଭୂତି ସହିତ ଏଠାରେ ପାଇପାରିବେ ।

ରାଉରକେଲା ସହରରେ ଟ୍ରେଣ୍ଡ୍‌ସର ଏହି ତୃତୀୟ ଷ୍ଟୋର ୭୦୦୦ ବର୍ଗଫୁଟ ପରିମିତ ଅଂଚଳରେ ପରିବ୍ୟାପ୍ତ । ନୂଆ ଟ୍ରେଣ୍ଡ୍‌ସ ଷ୍ଟୋର୍‌ରେ ଗ୍ରାହକମାନଙ୍କ ପାଇଁ ସ୍ୱତନ୍ତ୍ର ଉଦଘାଟନୀ ଅଫର ସହିତ ଆକର୍ଷଣୀୟ ଫ୍ୟାସନ ଓ ଲୋଭନୀୟ ମୂଲ୍ୟର ବ୍ୟାପକ ସମ୍ଭାର ରହିଛି । ଯେପରିକି ୩୯୯୯ ଟଙ୍କାର କିଣାକିଣି କରନ୍ତୁ ଏବଂ ମାତ୍ର ୨୪୯ ଟଙ୍କାରେ ଏକ ଆକର୍ଷଣୀୟ ଉପହାର ପାଆନ୍ତୁ । କେବଳ ସେତିକି ନୁହେଁ, ୩୯୯୯ ଟଙ୍କାର କିଣାକିଣି ଉପରେ ଗ୍ରାହକମାନେ ୨୦୦୦ ଟଙ୍କା ମୂଲ୍ୟର କୁପନ୍ ସମ୍ପୂର୍ଣ୍ଣ ମାଗଣାରେ ପାଇପାରିବେ ।

ଅନନ୍ୟ ଫ୍ୟାଶନ୍ ସପିଙ୍ଗ୍ ଅନୁଭୁତି ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟିଛି ରାଉରକେଲାର ପ୍ଲୁଟୋନ ମଲ୍ ରେ ଖୋଲିଥିବା ନୂଆ ଟ୍ରେଣ୍ଡ୍‌ସ ଷ୍ଟୋର୍ ।

Nalco
Leave A Reply