ଭୁବନେଶ୍ବର: ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସବର୍ମାଙ୍କୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂତନ ଦାୟିତ୍ବ ପ୍ରଦାନ କରିଛନ୍ତି। ସଞ୍ଜୟ ଦାସବର୍ମାଙ୍କୁ ଯୋଜନା ବୋର୍ଡର ଉପାଧ୍ୟକ୍ଷଭାବେ ମନୋନୀତ କରାଯାଇଛି। ସଞ୍ଜୟ ଦାସବର୍ମାଙ୍କୁ ମିଳିବ କ୍ୟାବିନେଟ୍ ପାହ୍ୟା ମନ୍ତ୍ରୀର ମର୍ଯ୍ୟାଦା।
ନୂଆ ଦାୟିତ୍ୱ ମିଳିବା ପରେ ସଞ୍ଜୟ ଦାସବର୍ମା କହିଛନ୍ତି ଯେ ଯୋଜନା ବୋର୍ଡକୁ ନୂଆ ରୂପ ଦିଆଯିବ। ସେ ଆହୁରି ମଧ୍ୟ କହିଛନ୍ତି ଯେ ଯୋଜନା ବୋର୍ଡକୁ କିପରି ଅଧିକ କ୍ରିୟାଶୀଳ କରି ହେବ ସେ ନେଇ ଯୋଜନା କରାଯିବ ଏବଂ ଏ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ସହିତ ବି .ସେ ଆଲୋଚନା କରିବେ। ଯୋଜନା ବୋର୍ଡକୁ ଏକ ନୂଆ ରୂପ ଓ କଳେବର ଦିଆଯିବ ବୋଲି ସେ ସୂଚନା ଦେଇଛନ୍ତି।