Odisha news

ପୂର୍ବତନ ବାଚସ୍ପତି ଶରତ କରଙ୍କ ବିୟୋଗରେ ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡାଙ୍କ ଶୋକ

0
ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ବରିଷ୍ଠ ରାଜନେତା ତଥା ଓଡିଶା ବିଧାନସଭାର ପୂର୍ବତନ ବାଚସ୍ପତି ଶରତ କରଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ଜଣେ ଦକ୍ଷ ରାଜନେତା ସାଙ୍ଗକୁ ବିଶିଷ୍ଟ ସାହିତ୍ୟିକ ଓ ସ୍ତମ୍ଭକାର ମଧ୍ୟ ଥିଲେ।
ଶରତ ବାବୁ ଶ୍ରୀ ପଣ୍ଡାଙ୍କ ପରିବାର ସହିତ ବ୍ୟକ୍ତିଗତ ଭାବେ ଜଡିତ ଥିଲେ ଏବଂ ଏହା ତାଙ୍କ ପାଇଁ ବ୍ୟକ୍ତିଗତ କ୍ଷତି।
ତାଙ୍କ ବିୟୋଗରେ ରାଜ୍ୟ ଜଣେ ସୁଯୋଗ୍ୟ ସନ୍ତାନଙ୍କୁ ହରାଇଲା ବୋଲି  ଶ୍ରୀ ପଣ୍ଡା ନିଜର ଶୋକ ବାର୍ତ୍ତାରେ କହିଛନ୍ତି। ଶ୍ରୀ ପଣ୍ଡା ଏହି ଦୁଃଖଦ ପରିସ୍ଥିତିରେ ଶୋକସନ୍ତପ୍ତ ପରିବାରକୁ ଗଭୀର ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରିଛନ୍ତି।
Nalco
Leave A Reply