ଭୁବନେଶ୍ୱର, ୦୯ ସେପ୍ଟେମ୍ବର – ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ ଓ ଗୀତିକାର ଶାରଦା ପ୍ରସନ୍ନ ନାୟକଙ୍କ ପରଲୋକ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ବୁଧବାର ସଂଧ୍ୟାରେ ତାଙ୍କର ନିଧନ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ବୟସ ହୋଇଥିଲା । ସେ ଏକାଧାରରେ ଜଣେ ସଫଳ ନିର୍ଦ୍ଦେଶକ, ଗୀତିକାର ଓ ସଂଳାପକାର ଭାବେ ପରିଚିତ ଥିଲେ । ତାଙ୍କର ବିୟୋଗରେ ଚଳଚ୍ଚିତ୍ର ଜଗତରେ ଶୋକର ଛାୟା ଖେଳିଯାଇଛି ।