ବୁଗୁଡ଼ା : ତା ୧୫/୦୨/୨୩ : ବୁଗୁଡ଼ା ବ୍ଲକ ଖୋଳଖାଳି ପଞ୍ଚାୟତ ଅନ୍ତର୍ଗତ ବେଠିଆବୋରଦା ଗ୍ରାମସ୍ଥ ପ୍ରାଥମିକ ବିଦ୍ୟାଳୟର ୪୮ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ରବିନ୍ଦ୍ର ବିଶ୍ବାଳଙ୍କ ପୌରହିତ୍ଯରେ ଅନୁଷ୍ଠିତ ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧକ୍ଷା କେ.ପ୍ରିୟଦର୍ଶନୀ ଆଚାରୀ , ମୁଖ୍ୟ ବକ୍ତା ଭାବେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଗୌରୀଶଙ୍କର ମିଶ୍ର, ସମ୍ମାନିତ ଅତିଥି ଭାବେ ବ୍ଲକ ଉପାଧ୍ୟକ୍ଷ ମାନସ ରଞ୍ଜନ ପ୍ରଧାନ, ଜିଲ୍ଲା ପରିଷଦ ସଦସ୍ୟ ଗଙ୍ଗାପାଣି ଜେନା , ସମିତି ସଭ୍ୟ କାର୍ତ୍ତିକ ସାହାଣି, ନାଏବ ସରପଞ୍ଚ ପ୍ରମୋଦ କୁମାର ପଣ୍ଡା, କେ.ନୀଳମାଧବ ଆଚାରୀ, ଉମାକାନ୍ତ ପାତ୍ର , ଖଦାଳ ସ୍ବାଇଁ ପ୍ରମୁଖ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ମାର୍ଗ ଦର୍ଶନ କରିବା କରିଥିଲେ । ଏ ଅବସରରେ ପୂର୍ବରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯିବା ସହ କ୍ରୀଡା ଶିକ୍ଷକ ଭଗବାନ ଗୌଡ ଓ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଶିବରାମ ଜେନାଙ୍କୁ ଉପଢୌକନ ଓ ମାନପତ୍ର ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରାଯାଇଥିଲା । ଏହା ପରେ ଛାତ୍ରଛାତ୍ରୀଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମର ପ୍ରାରମ୍ଭରେ ଶିକ୍ଷକ ସୀତାରାମ ତ୍ରିପାଠୀ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ପରିଶେଷରେ ଶିକ୍ଷକ ନିଳାଦ୍ରୀ ବିହାରୀ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ ।
